News18 Odia Digital
ଭୁବନେଶ୍ବର: ଭାରତରେ ଆଜି ସୁନା ମୂଲ୍ୟରେ ୧୩୦ ଟଙ୍କା ହ୍ରାସ ପାଇଛି। ଗୁରୁବାର ସୁଦ୍ଧା ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୫୫୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୧୦ ଟଙ୍କା ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ରହିଛି।
ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୬୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୪୦୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୬୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୪୦୦ ଟଙ୍କା ଅଛି।
ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୬୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୪୦୦ ଟଙ୍କା ଅଛି।
ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୬୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୪୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୧୧୦ ଟଙ୍କା ବୃଦ୍ଧି ପାଇଛି।
Published by:Lipina Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।