Gold Price Today: ବଢ଼ିଲା ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ମୂଲ୍ୟ

ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୦୦୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୫୦ ଟଙ୍କା ରହିଛି।

ବଢ଼ିଲା ସୁନା ଦର

ବଢ଼ିଲା ସୁନା ଦର

  • News18 Odia
  • Last Updated :
  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟରେ ବୃଦ୍ଧି ଘଟିଛି। ମଙ୍ଗଳବାର ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୧୧୦ ଓ ୨୨ କ୍ୟାରେଟ୍ ସୁନାରେ ୧୦୦ ଟଙ୍କା ବୃଦ୍ଧି ହୋଇଛି। ସେହିପରି ୨୪ କ୍ୟାରେଟ୍ ସୁନାପ ୧୦ ଗ୍ରାମ ମୂଲ୍ୟ ୫୧,୦୦୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୫୦ ଟଙ୍କା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୬୬୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୩୬୦ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୧୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୯୦୦ ଟଙ୍କା ରହିଛି।

କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୦୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୫୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୦୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୫୦ ଟଙ୍କା ରହିଛି।

ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୦୦୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୫୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟରେ ୧୧୦ ଟଙ୍କା ବୃଦ୍ଧି ପାଇଛି।
Published by:Lipina Das
First published: