Gold Price Today: ବଢ଼ିଲା ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୨୦୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୨୪୦ ଟଙ୍କା ବୃଦ୍ଧି ପାଇଛି।

ଆଜିର ସୁନା ଦର ବିଷୟରେ ଜାଣନ୍ତୁ

ଆଜିର ସୁନା ଦର ବିଷୟରେ ଜାଣନ୍ତୁ

  • News18 Odia
  • Last Updated :
  • Cuttack, India
  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟ ବୃଦ୍ଧି ପାଇଛି। ଶୁକ୍ରବାର ସୁଦ୍ଧା ଭାରତରେ ୨୪ କ୍ୟାରେଟ୍ ସୁନା ସୁନାର ୧୦ ଗ୍ରାମ ପାଇଁ ସୁନା ମୂଲ୍ୟ ୪୯,୮୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୭୦୦ ଟଙ୍କା ରହିଛି। ଗତ ୨୧ ତାରିଖରେ ୨୪ କ୍ୟାରେଟ୍ ସୁନା ହାର ୪୯,୬୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୪୪୦ ଟଙ୍କା ଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ରହିଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୩୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୧୫୦ ଟଙ୍କା ରହିଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୨୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୦୦ ଟଙ୍କା ରହିଛି।

ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୨୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୦୦ ଟଙ୍କା ରହିଛି।

ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୨୦୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୨୪୦ ଟଙ୍କା ବୃଦ୍ଧି ପାଇଛି।
Published by:Lipina Das
First published: