News18 Odia Digital
ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟରେ ୮୫୦ ଟଙ୍କା ବୃଦ୍ଧି ପାଇଛି। ସୋମବାର ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୮୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୫୫୦ ଟଙ୍କା ଅଛି।
ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୭,୯୨୭ ଟଙ୍କା।
ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ହାର ୫୦,୬୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୪୦୦ ଟଙ୍କା। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ହାର ୫୦,୬୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୬,୪୦୦ ଟଙ୍କା।
ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୬୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୪୦୦ ଟଙ୍କା ଅଛି।
ଭୁବନେଶ୍ୱରରେ, ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୧୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬, ୯୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୪୪୦ ଟଙ୍କା ବୃଦ୍ଧି ପାଇଛି।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।