ପୁଣି ସୁନା ଦରରେ ୯୦ ଟଙ୍କା ବୃଦ୍ଧି
News18 Odia Digital
ଭୁବନେଶ୍ବର: ଭାରତରେ ଆଜି ସୁନା ମୂଲ୍ୟରେ ୯୦ ଟଙ୍କା ବୃଦ୍ଧି ପାଇଛି। ମଙ୍ଗଳବାର ସୁଦ୍ଧା ଭାରତରେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୯୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୬୩୦ ଟଙ୍କା ରହିଛି।
ଗତକାଲି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୮୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୫୫୦ ଟଙ୍କା ଥିଲା।
ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳୁଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ଅଛି।
ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୧୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୯୦୦ ଟଙ୍କା ରହିଛି।
କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୧୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୯୦୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୧୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୯୦୦ ଟଙ୍କା ରହିଛି।
ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୧୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୯୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ସମାନ ରହିଛି।
Published by:Lipina Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।