News18 Odia Digital
ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟ ସାମାନ୍ୟ ହ୍ରାସ ପାଇଛି। ବୁଧବାର ସୁଦ୍ଧା ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୯୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୬୪୦ ଟଙ୍କା ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ଅସ୍ଥିରତା ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ଅଛି।
ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୦୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୬୮୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ଦର ୫୨,୦୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୬୮୦ ଟଙ୍କା ଅଛି।
ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୯୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୫୬୦ଟଙ୍କା ଅଛି।
ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୦୧୦ ଟଙ୍କା ଥିବାବେଳେ ବୁଧବାର ଦିନ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୬୮୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୧୦୦ ଟଙ୍କା ହ୍ରାସ ପାଇଛି।
Published by:Lipina Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।