ଓଡ଼ିଶାର ଚାଷୀଙ୍କ ପାଇଁ ଖୁସି ଖବର: ଏଥର ସ୍ୱାଭାବିକ ରହିବ ମୌସୁମୀ ବର୍ଷା

କେରଳ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଜୁନ ଦ୍ଵିତୀୟ ସପ୍ତାହରେ ମୌସୁମୀ ଓଡ଼ିଶା ଛୁଇଁବାର ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଓଡ଼ିଶାର ଚାଷୀଙ୍କ ପାଇଁ ଖୁସି ଖବର: ଏଥର ସ୍ୱାଭାବିକ ରହିବ ମୌସୁମୀ ବର୍ଷା
ମୌସୁମୀ ବର୍ଷା ଭଲ ହେଲେ ଚାଷୀ କୁଳ ପାଇଁ ସହାୟକ ହେବ।
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ଚାଷୀଙ୍କ ପାଇଁ  ଖୁସି ଖବର। ଏଥର ରାଜ୍ୟରେ ଭଲ ବର୍ଷା ହେବ। ଠିକ ସମୟରେ ଆସିବ ମୌସୁମୀ ଆଉ ଭଲ ବର୍ଷିବ। ଏ ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଆଜି କେରଳ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହା ପରେ ସ୍ୱଭାବିକ ସମୟ ଅର୍ଥାତ ଜୁନ ଦ୍ଵିତୀୟ ସପ୍ତାହରେ ମୌସୁମୀ ଓଡ଼ିଶା ଛୁଇଁବାର ପୂର୍ବାନୁମାନ କରାଯାଇଛି।

ଜୁନରୁ ସେପ୍ଟେମ୍ବର ମଧ୍ୟରେ ୯୬ରୁ ୧୦୪% ବର୍ଷା ହେବ। ଉତ୍ତର-ପଶ୍ଚିମାଞ୍ଚଳରେ ୧୦୭% ବର୍ଷା ହେବାର ଆକଳନ କରାଯାଇଛି। କେନ୍ଦ୍ରାଞ୍ଚଳରେ ୧୦୫% ଓ ଦକ୍ଷିଣାଞ୍ଚଳରେ ୧୦୨% ବର୍ଷାର ଆକଳନ କରାଯାଇଛି। ଉତ୍ତରପୂର୍ବାଞ୍ଚଳରେ ୯୬% ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର।

‘‘ଅଗଷ୍ଟରୁ ସେପ୍ଟେମ୍ବର ମଧ୍ୟରେ ଦୁର୍ବଳ ଲାନିନା ପ୍ରଭାବ ରହିବ, ଯାହାକି ମୌସୁମୀ ବାୟୁ ପାଇଁ ସହାୟକ ହେବ। ତେଣୁ ଏଥର ଭଲ ବର୍ଷା ହେବ,’’ କହିଛନ୍ତି ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଆଜି କେରଳ ସହ ତାମିଲ ନାଡୁ ଓ ପୁଡୁଚେରୀର କିଛି ଅଂଶରେ ମୌସୁମୀ ପ୍ରବେଶ କରିଛି। ଧୀରେ ଧୀରେ ଏହା ଅଗ୍ରସର ହେବ।

ଆସନ୍ତା ୨୪ ଘଣ୍ଟା ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।


ଓଡ଼ିଶାରେ ଆରମ୍ଭ ହୋଇଯାଇଛି ପ୍ରାକ୍‌-ମୌସୁମୀ ବର୍ଷା। ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା। ଉତ୍ତରପଶ୍ଚିମ ଉତ୍ତର ପ୍ରଦେଶରୁ ଆଭ୍ୟନ୍ତରୀଣ ଓଡିଶା ଯାଏ ଏକ ଟ୍ରଫଲାଇନ ରହିଛି । ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଜୁନ ୪ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗିରହିବ। କିଛି ସ୍ଥାନରେ ବର୍ଷାର ପରିମାଣ ଅଧିକ ରହିବ।

ଆସନ୍ତା ୨୪ ଘଣ୍ଟା ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଗଜପତି, ଗଂଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଖୋର୍ଦ୍ଧା, ପୁରୀ, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ବଜ୍ରପାତ ସହ ଘଣ୍ଟାପ୍ରତି ୩୦ରୁ ୪୦କିଲୋମିଟର ବେଗରେ ପବନ ଆଶଙ୍କା ବି ରହିଛି।

ମୌସୁମୀ ବର୍ଷା ଭଲ ହେଲେ ଚାଷୀ କୁଳ ପାଇଁ ସହାୟକ ହେବ। ଠିକ ସମୟରେ ଠିକ ଫସଲ କରିପାରିବ ଚାଷୀ। ରାଜ୍ୟରେ ତାପମାତ୍ରା ସ୍ୱାଭାବିକ ରହିବ ବୋଲି କହିଛି ପାଣିପାଗ କେନ୍ଦ୍ର। ବଲାଙ୍ଗିର ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ବା ତା ଉପରେ ରହିପାରେ। ଅନ୍ୟ ସମସ୍ତ ସ୍ଥାନରେ ସ୍ୱାଭାବିକ ରହିବ ତାପମାତ୍ରା ।

‘‘ରାଜଧାନୀ ଭୁବନେଶ୍ବରରେ ମଧ୍ୟ ଆକାଶ ମେଘାଚ୍ଛନ୍ନ ରହିବା ସହ ବର୍ଷା ହେବ। କାଳବୈଶାଖୀ ସହ ବଜ୍ରପାତର ମଧ୍ୟ ଆଶଙ୍କା ରହିଛି। ତେଣୁ ସତର୍କ ରହିବା ଜରୁରୀ,’’ କହିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର.ବିଶ୍ୱାସ।

ଜୁନ ୨ ତାରିଖ ପାଇଁ ୧୩ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ଼, ସୋନପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ କେନ୍ଦ୍ର।

ଏହା ବି ପଢ଼ନ୍ତୁ: 

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା

୧୫ ଜୁନ୍ ପାଖାପାଖି ସପିଂ ମଲ୍ ଓ ସିନେମା ହଲ୍ ଖୋଲିପାରେ; ଲାଗୁ ହେବ ଏହି ନୂଆ ନିୟମ
First published: June 2, 2020, 12:09 AM IST
corona virus btn
corona virus btn
Loading