ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ
News 18 Odia Digital
ଭୁବନେଶ୍ୱର : 'ଅଜାଦୀ କା ଅମୃତ ମହୋତ୍ସବ' ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇ ଉଠିଛି । ସ୍ୱାଧୀନତାର ବୀର ଗାଥାକୁ ମନେ ପକାଉଛନ୍ତି ଦେଶବାସୀ । ୭୬ତମ ସ୍ୱାଧୀନତା ଦିିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ରାଜ୍ୟପାଳ ରାଜ୍ୟବାସୀଙ୍କୁ ଏ ଅବସରରେ ଶୁଭେଚ୍ଛା ଜଣାଇବା ସହ ଆମ ରାଜ୍ୟ ଓଡ଼ିଶା ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବେ ପରିଣତ କରିବା ନେଇ ସଂକଳ୍ପ ନେବାକୁ ସମସ୍ତଙ୍କୁ ଆହ୍ୱାନ ଦେଇଛନ୍ତି ।
ସ୍ବାଧିନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ଵାନ କ୍ରମେ ସାରା ଦେଶର ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଦେଖିବାକୁ ମିଳୁଛି । ପ୍ରଧାନମନ୍ତ୍ରୀ ଆଜି ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରି ଓ ଦେଶବାସୀଙ୍କୁ ସମ୍ବୋଧିତ ମଧ୍ୟ କରିଛନ୍ତି ।
Published by:Sujit Swain
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।