News18 Odia Digital
ଭୁବନେଶ୍ବର: ଆଜିଠୁ ବଢ଼ିବ ବର୍ଷା। ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର, ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ ଏହି ସାତୋଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।
ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ। ଏହି ସମୟରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତିନି ଦିନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଏହି ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ସେହିପରି ପାଣିପାଗ ବିଭାଗ ସମ୍ବଲପୁର, ସୋନପୁର, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଜଗତତ୍ସିଂହପୁର, ରାୟଗଡା, ନୂଆପଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି।
Published by:Lipina Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।