ଲଘୁଚାପ ଯୋଗୁଁ ପ୍ରବଳ ବର୍ଷିବ; ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

୨୪ ଘଣ୍ଟାରେ ହେବ ଆହୁରି ଘନୀଭୂତ ହେବ । ଆଜି ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି (ପ୍ରତୀକାତ୍ମକ ଛବି)

୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି (ପ୍ରତୀକାତ୍ମକ ଛବି)

  • News18 Odia
  • Last Updated :
  • Odisha (Orissa)
  • Share this:
News18 Odia Digital

ଭୁବନେଶ୍ୱର: ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ୨୪ ଘଣ୍ଟାରେ ହେବ ଆହୁରି ଘନୀଭୂତ ହେବ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଓଡିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ଲଘୁଚାପ ସକ୍ରିୟ ହୋଇଛି। ଏହାରି ପ୍ରଭାବରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଲାଗିରହିଛି। ଆଜି ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଲଘୁଚାପ ପ୍ରଭାବରେ ମେଘ ଖଣ୍ଡ ଗୁଡିକର ଚଳନ୍ତି ଚିତ୍ର ପାରାଦୀପ ରାଡ଼ାରରୁ ଦୃଶ୍ୟମାନ ହେଉଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ଗଞ୍ଜାମ, ପୁରୀ ଓ ରାୟଗଡ଼ା ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ କରାଇଛି ।

ଆଜିଠାରୁ ସମୁଦ୍ର ଅଶାନ୍ତ ରହିବ। ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।  ଅତି ପ୍ରବଳ ବର୍ଷା ପ୍ରଭାବରେ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି। ତଳୁଆ ଅଞ୍ଚଳ, ଅଣ୍ଡର-ପାସ ରୋଡ଼ ରେ ପାଣି ଜମିବା ସହ, କଚ୍ଚା-ରାସ୍ତା ଆଉ କଚ୍ଚା ଘର ପ୍ରଭାବିତ ହେବା ନେଇ ଆଶଙ୍କା କରାଯାଉଛି।

ତଳୁଆ ଚାଷଜମିରୁ ବର୍ଷା ଜଳ ନିଷ୍କାସନ ପାଇଁ ଚାଷୀ ମାନଙ୍କୁ ସୂଚନା ଜାରି ହୋଇଛି। ତୀବ୍ର ବର୍ଷା ସମୟରେ ଦୃଶ୍ୟମାନ ଦୂରତା କମିଯାଉଥିବାରୁ, ଯାତାୟାତରୁ ନିବୃତ ରହିବାକୁ ସତର୍କ ସୂଚନା ଜାରି କରାଯାଇଛି। ବର୍ଷା ପ୍ରଭାବରେ ସହର ଅଞ୍ଚଳରେ ଟ୍ରାଫିକ ସମସ୍ୟା ଉପୁଜିବା ନେଇ ଚିନ୍ତା ପ୍ରକାଶ ପାଇଛି।
Published by:Soumya Das
First published: