ହୋମ୍ » ଓଡ଼ିଶା ନ୍ୟୁଜ୍ » ଓଡ଼ିଶା»ପ୍ରବଳ ବର୍ଷା ଯୋଗୁଁ ରାଜ୍ଯର ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି; ଘଡ଼ଘଡ଼ି ଓ ବଜ୍ରପାତ ହୋଇପାରେ

ପ୍ରବଳ ବର୍ଷା ଯୋଗୁଁ ରାଜ୍ଯର ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି; ଘଡ଼ଘଡ଼ି ଓ ବଜ୍ରପାତ ହୋଇପାରେ

ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଏହି ୭ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ଘଡ଼ଘଡ଼ି ଓ ବଜ୍ରପାତ ଆଶଙ୍କା ନେଇ ୧୭ ଜିଲ୍ଲାକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।

ପ୍ରବଳ ବର୍ଷା ଯୋଗୁଁ ରାଜ୍ଯର ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି; ଘଡ଼ଘଡ଼ି ଓ ବଜ୍ରପାତ ହୋଇପାରେ
ରାଜ୍ଯର କିଛି ଜାଗାରେ ପ୍ରବଳ ବର୍ଷା ହୋଇପାରେ (ପ୍ରତୀକାତ୍ମକ ଛବି)
  • News18 Odia
  • Last Updated: October 18, 2021, 2:22 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ରାଜଧାନୀ ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଏହାଛଡ଼ା କଟକ, ପୁରୀ, ଜଗତସିଂହପୁର, ବାଲେଶ୍ୱରରେ ବି ବର୍ଷା ହେଉଛି। ଆଜି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଏହି ୭ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ତେଣୁ ଏହି ୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଘଡ଼ଘଡ଼ି ଓ ବଜ୍ରପାତ ଆଶଙ୍କା ନେଇ ୧୭ ଜିଲ୍ଲାକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି। ଏଭଳି ପାଗ ଆସନ୍ତା ୨ରୁ ୩ ଦିନ ଯାଏ ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ଆଗାମୀ ଦୁଇ ଦିନରେ ବର୍ଷାର ପରିମାଣ କମିବ। ଉତ୍ତର ବଙ୍ଗୋପସାଗରରେ ଗଭୀର ସମୁଦ୍ରରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୬୦ କିଲୋମିଟର ମଧ୍ୟରେ ରହିବ। ଏଥିଯୋଗୁଁ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀମାନଙ୍କୁ ଆସନ୍ତାକାଲି ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ମଥାନୀଠାରେ ଜଳକା ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଏଠାରେ ଜଳକାର ବିପଦ ସଙ୍କେତ ୫,୫୦ ମିଟର ଥିବା ବେଳେ ଆଜି ସକାଳ ୬ଟା ସୁଦ୍ଧା ୬.୦୨ ମିଟରରେ ଜଳ ପ୍ରବାହିତ ହେଉଥିଲା।
Published by: Soumya Das
First published: October 18, 2021, 1:41 PM IST