ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ବର୍ଷିବ; ୪ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା ରହିଛି। ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ଅପଡେଟ (ପ୍ରତୀକାତ୍ମକ ଛବି)

ପାଣିପାଗ ଅପଡେଟ (ପ୍ରତୀକାତ୍ମକ ଛବି)

  • Share this:
News18 Odia Digital

ଭୁବନେଶ୍ୱର: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ସମେତ ପଶ୍ଚିମ ଓଡ଼ିଶାରେ ରହିବ ଏହି ପ୍ରଭାବ ଲାଗି ରହିଛି।

ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପାରାଦ୍ୱୀପ ରାଡାରରୁ ମିଳୁଥିବା ତଥ୍ୟ ଅନୁଯାୟୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ସମେତ କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ଲାଗିରହିଥିବା ବେଳେ ଆଉ କିଛି ଉପକୂଳ ଅଞ୍ଚଳକୁ ଏହି ବର୍ଷା ବିସ୍ତାର କରିବାର ସମ୍ଭାବନା ରହିଛି।

ଦୁଇ ଦିନ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜଧାନୀ ଭୁବନେଶ୍ୱରରେ ଘୁର୍ଣ୍ଣିବଳୟ ପ୍ରଭାବରେ ପାହାନ୍ତିଆ ସମୟରୁ ବର୍ଷା ଲାଗି ରହିଛି। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କେନ୍ଦୁଝର ଓ କଟକରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଯେଉଁ ୪ ଜିଲ୍ଲାକୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି, ସେଠାରେ ୭ ରୁ ୨୦ ସେଣ୍ଟିମିଟର ବର୍ଷା ହୋଇପାରେ । ସେହିପରି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେଠାରେ ୭-୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ଅଛି ।
Published by:Soumya Das
First published: