News18 Odia Digital
ପୁରୀ: ବୁଧବାର ଧୁମଧାମରେ ଅନୁଷ୍ଠିତ ହୋଇଯାଇଛି ହକି ବିଶ୍ୱକପର (Hockey World Cup) ଉଦଘାଟନୀ କାର୍ଯ୍ୟକ୍ରମ। ଯାହାକୁ ନେଇ ପୂରା ଓଡ଼ିଶାରେ ଉତ୍ସାହ ଦେଖିବାକୁ ମିଳିଥିଲା। ଉଦଘାଟନୀ କାର୍ଯ୍ୟକ୍ରମକୁ ନିଜ ଦମଦାର ପ୍ରଦର୍ଶନରେ ସଫଳ କରିଥିଲେ ଆସିଥିବା ଦେଶୀ ବିଦେଶୀ ସେଲିବ୍ରିଟିମାନେ।
ସେହିପରି ପୁରୀ ଭିକ୍ଟୋରିଆ ହୋଟେଲ ସମ୍ମୁଖ ବେଳାଭୂମିରେ "ସିଟି ଫେଷ୍ଟ ଇନ ଓଲିସ୍ ଲ୍ୟାଣ୍ଡ"ରେ ଏକ ଏଲଇଡି ଟିଭି ମାଧ୍ୟମରେ ଏହି ଉଦଘାଟନୀ କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯାଇଥିଲା।
ଜିଲ୍ଲାପାଳ ସମର୍ଥ ବର୍ମା ଓ ବରିଷ୍ଠ ଦଇତାପତି ନିଯୋଗର ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର ଏହାକୁ ପ୍ରଦୀପ ପ୍ରଜ୍ୱଳନ କରି ଉଦଘାଟନ କରିଥିଲେ। ପ୍ରଦୀପ ପ୍ରଜ୍ୱଳନ ସମୟରେ ବେଦଧ୍ୱନି ଓ ଶଙ୍ଖ ନାଦରେ ପରିବେଶ ପ୍ରକମ୍ପିତ ହୋଇଥିଲା। ହଜାର ହଜାର ଦର୍ଶକ ଉପସ୍ଥିତ ରହି ଏହି ଉଦଘାଟନୀ କାର୍ଯ୍ୟକ୍ରମକୁ ଉପଭୋଗ କରିବା ସହ ସଙ୍ଗୀତ ଓ ନୃତ୍ୟର ତାଳେ ତାଳେ ଓ ‘ଚକ ଦେ ଇଣ୍ଡିଆ’ ଗୀତରେ ବେଶ୍ ଝୁମିଥିଲେ।

ଜିଲ୍ଲାପାଳ ସମର୍ଥ ବର୍ମା ଓ ବରିଷ୍ଠ ଦଇତାପତି ନିଯୋଗର ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର ଏହାକୁ ପ୍ରଦୀପ ପ୍ରଜ୍ୱଳନ କରି ଉଦଘାଟନ କରିଥିଲେ
ଏହି କାର୍ଯ୍ୟକ୍ରମରେ ପର୍ଯ୍ୟଟକମାନେ ଯୋଗ ଦେଇ ଭରପୁର ମଜା ନେଇଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ପୌରନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ, ଡେପୁଟି କଲେକ୍ଟର ଜିତେନ୍ଦ୍ର ପାତ୍ର , ରାକେଶ କୁମାର ପଣ୍ଡା, ଅତିରିକ୍ତ ପୌରନିର୍ବାହୀ ଅଧିକାରୀ ମନୋଜ କୁମାର ବେହେରା, ସହକାରୀ ନିର୍ଦ୍ଦେଶକ ପର୍ଯ୍ୟଟନ ସରୋଜ କୁମାର ପ୍ରଧାନ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଜିଲ୍ଲା କ୍ରିଡା ଅଧିକାରୀ ଚନ୍ଦନ ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ଓଡ଼ିଶା ମୋ ପରିବାର ସଂଯୋଜକ ସୁବାଶିଷ ଖୁଣ୍ଟିଆ, ଜିଲ୍ଲା କ୍ରିଡ଼ା ସଂସଦର ସମ୍ପାଦକ ରବି ଶଙ୍କର ପ୍ରତିହାରୀ ପ୍ରମୁଖ ଯୋଗ ଦେଇଥିଲେ।
ସେହିପରି ଶ୍ୟାମ ପ୍ରକାଶ ସେନାପତି ମଞ୍ଚ ପରିଚାଳନା କରିଥିଲେ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।