News18 Odia Digital
Cyclone Alert: ବାତ୍ୟାକୁ (Cyclone) ନେଇ ବଡ଼ ଅପଡେଟ୍। ଭୀଷଣ ସାମୁଦ୍ରିକ ଝଡ଼ର ରୂପ ନେଇ ପାରେ ବାତ୍ୟା (Cyconle Mocha)। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଯାହାକି ଆସନ୍ତାକାଲି ଅବପାତ ରୂପ ନେବା ଆଶଙ୍କା ରହିଛି।
୧୦ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେଇପାରେ।
ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ବାତ୍ୟା ରୂପ ନେଇପାରେ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।
ପ୍ରଥମେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିବ ଏହି ବାତ୍ୟା। ୧୨ ତାରିଖ ବେଳକୁ ଦିଗ ବଦଳାଇବ ବାତ୍ୟା ‘ମୋକା’। ଦିଗ ବଦଳାଇ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବ। ତେବେ ବର୍ତ୍ତମାନ ସୁଦ୍ଧା ଓଡ଼ିଶା ପ୍ରତି ସେମିତି କିଛି ବିପଦ ନଥିବା ଜଣାପଡ଼ିଛି। ବିଭିନ୍ନ ମଡେଲ ଯାହା ଇଙ୍ଗିତ କରୁଛି, ବାଂଲାଦେଶ-ମିଆଁମାର ଆଡ଼େ ଗତି କରିବ ପାରେ ଏହି ବାତ୍ୟା।
ଓଡ଼ିଶା ପାଇଁ ଏବେ କିଛି ୱାର୍ଣ୍ଣିଂ ନାହିଁସମ୍ଭାବ୍ୟ ବାତ୍ୟା ନେଇ ବର୍ତ୍ତମାନ ସ୍ଥିତିରେ ଓଡ଼ିଶା ପାଇଁ କିଛି ୱାର୍ଣ୍ଣିଂ ନାହିଁ ବୋଲି ପ୍ରେସ୍ମିଟ୍ରେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ‘‘ଏବେ ଓଡ଼ିଶା ସହ ଅନ୍ୟ ଉପକୂଳ ରାଜ୍ୟ ପାଇଁ କିଛି ୱାର୍ଣ୍ଣିଂ ନାହିଁ। ବର୍ଷା ଓ ପବନ ନେଇ ମଧ୍ୟ କିଛି ୱାର୍ଣ୍ଣିଂ ନାହିଁ। ଓଡ଼ିଶା, ତାମିଲନାଡୁ, ଆନ୍ଧ୍ର ପ୍ରଦେଶ ପାଇଁ କିଛି ୱାର୍ଣ୍ଣିଂ ନାହିଁ। ତେବେ ଏହା ପଶ୍ଚିମବଙ୍ଗ ଉପକୂଳର କେତେ ନିକଟ ହେଉଛି, ତାହା ଉପରେ ନଜର ରଖା ଯାଇଛି।’’
ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଶନିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇ ଧୀରେ ଧୀରେ ଘନୀଭୂତ ହେବାରେ ଲାଗିଛି। ଏହା ସୋମବାର ସକାଳେ ଲଘୁଚାପରେ ପରିଣତ ହେବ। ୯ ତାରିଖ ମଙ୍ଗଳବାର ଦିନ ଏହା ଅବପାତ ରୂପ ନେବା ସହ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଉତ୍ତର ଦିଗରେ ଗତି କରିବ।
ପଢ଼ନ୍ତୁ ଏହି ଖବର: Cyclone Update: ସାବଧାନ! ଆସୁଛି ବଡ଼ ଧରଣର ବାତ୍ୟା !ବର୍ତ୍ତମାନର ଆକଳନ ଅନୁସାରେ, ବାତ୍ୟା ସେଣ୍ଟ୍ରାଲ ବାଙ୍ଗୋପସାଗର ଦେଇ ଗତି କରିବାର ସମ୍ଭାବନା ରହିଛି। ଓଡ଼ିଶାର ଉପକୂଳରେ ମତ୍ସଜୀବୀଙ୍କ ପାଇଁ କୌଣସି ସତର୍କତା ଜାରି କରାଯାଇ ନଥିବାବେଳେ ଆଣ୍ଡାମାନ ନିକୋବର ପାଇଁ ୮ ରୁ ୧୨ ତାରିଖ ଯାଏଁ ସତର୍କତା ଜାରି କରାଯାଇଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବ। ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୪ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ମଧ୍ୟରେ ରହିବ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।