Jio ପ୍ଲାଟଫର୍ମସ୍ ଲିମିଟେଡ଼ର ପ୍ରଥମ ତ୍ରୈମାସିକ ନେଟ୍ ଲାଭ ୪୫% ବଢ଼ି ୩,୬୫୧ କୋଟି ଟଙ୍କା ହେଲା

ଜିଓ ନେଟୱର୍କରେ ମୋଟ ଡାଟା ଟ୍ରାଫିକ୍ ୩୮.୫% ବୃଦ୍ଧି ପାଇଛି ଓ ଏହି ତ୍ରୈମାସିକରେ ତାହା ୨୦.୩ ବିଲିଅନ୍‌ ଜିବି ରହିଛି । ୨୦୨୧-୨୨ ଆର୍ଥିକ ବର୍ଷରେ ପ୍ରତି ମାସରେ ପ୍ରତି ଗ୍ରାହକ ପିଛା ହାରାହାରି ଡାଟା ବ୍ୟବହାର ୧୫.୬ ଜିବିକୁ ବୃଦ୍ଧି ପାଇଛି ।

ଜିଓ ପ୍ଲାଟଫର୍ମସର ତ୍ରୈମାସିକ ରାଜସ୍ୱ ୧୮,୯୫୨ କୋଟି ଟଙ୍କା (୨.୫ ବିଲିଅନ୍ ଡଲାର୍‌) ହୋଇଛି । (ପ୍ରତୀକାତ୍ମକ ଛବି)

ଜିଓ ପ୍ଲାଟଫର୍ମସର ତ୍ରୈମାସିକ ରାଜସ୍ୱ ୧୮,୯୫୨ କୋଟି ଟଙ୍କା (୨.୫ ବିଲିଅନ୍ ଡଲାର୍‌) ହୋଇଛି । (ପ୍ରତୀକାତ୍ମକ ଛବି)

  • Share this:
News18 Odia Digital

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ଼ର (Reliance Industries Limited - RIL) ଟେଲିକମ୍ ଓ ଡିଜିଟାଲ୍ ସେବା ପ୍ରଦାନକାରୀ କମ୍ପାନୀ ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ (Jio Platforms Limited) ଚଳିତ ଆର୍ଥିକ ବର୍ଷର ୨୦୨୧ ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ପ୍ରଥମ ତ୍ରୈମାସିକରେ ନେଟ୍ ଲାଭରେ ୪୪.୯ ପ୍ରତିଶତ ବୃଦ୍ଧି ସହ ୩,୬୫୧ କୋଟି ଟଙ୍କା ନେଟ୍ ଲାଭ ହାସଲ କରିଥିବା କମ୍ପାନି ପକ୍ଷରୁ ଶୁକ୍ରବାର ଦିନ ଘୋଷଣା କରାଯାଇଥିବା ତ୍ରୈମାସିକ ଆର୍ଥିକ ଫଳାଫଳରୁ ଜଣାପଡ଼ିଛି । ଗତ ବର୍ଷର ପ୍ରଥମ ତ୍ରୈମାସିକରେ କମ୍ପାନୀ ୨,୫୧୯ କୋଟି ଟଙ୍କାର ନେଟ୍ ଲାଭ ହାସଲ କରିଥିଲା ।

ଯୋଗାଯୋଗ (କନେକ୍ଟିଭିଟି) ବ୍ୟବସାୟରେ ଗ୍ରାହକ ଯୋଡ଼ି ହେବା ଜାରି ରହିଥିବାରୁ ଆଇୟୁସି ସମାୟୋଜିତ ୧୯ ପ୍ରତିଶତ ଅଭିବୃଦ୍ଧି ସହ ତ୍ରୈମାସିକ ରାଜସ୍ୱ ୧୮,୯୫୨ କୋଟି ଟଙ୍କା (୨.୫ ବିଲିଅନ୍ ଡଲାର୍‌) ହୋଇଛି । ୨୦୨୧ ଜୁନ୍ ୩୦ ତାରିଖ ସୁଦ୍ଧା ଦେଶରେ ଜିଓର ମୋଟ ଗ୍ରାହକ ସଂଖ୍ୟା ୪୪ କୋଟିକୁ ବୃଦ୍ଧି ପାଇଛି । ଏହି ତ୍ରୈମାସିକରେ ଇବିଆଇଟିଡିଏ (IBITDA) ୮,୮୯୨ କୋଟି ଟଙ୍କା (୧.୨ ବିଲିଅନ୍‌ ଡଲାର୍‌) ରହିଛି, ଯାହା ଗତ ବର୍ଷର ପ୍ରଥମ ତ୍ରୈମାସିକ ଇବିଆଇଟିଡିଏ ତୁଳନାରେ ୨୧.୩ ପ୍ରତିଶତ ଅଧିକ । ଏହି ତ୍ରୈମାସିକରେ ଗ୍ରାହକ ପିଛା ହାରାହାରି ରାଜସ୍ୱ ପ୍ରତି ମାସରେ ପ୍ରତି ଗ୍ରାହକ ପିଛା ୧୩୮.୪ ଟଙ୍କା ରହିଛି ।

ଏହା ବି ପଢ଼ନ୍ତୁ | ACF ସୌମ୍ୟଙ୍କ ମୃତ୍ୟୁ: ମିଳିଲା ଆଉ ଏକ ଚିଠି; ବିଦ୍ୟା ଲେଖିଛନ୍ତିହେ ଭଗବାନକିଛି ବି କରିକି ଡିଭର୍ସ କରେଇ ଦିଅ

ଜିଓ ନେଟ୍‌ୱର୍କରେ ମୋଟ ଡାଟା ଟ୍ରାଫିକ୍ ୩୮.୫% ବୃଦ୍ଧି ପାଇଛି ଏବଂ ଏହି ତ୍ରୈମାସିକରେ ତାହା ୨୦.୩ ବିଲିଅନ୍‌ ଜିବି ରହିଛି । ୨୦୨୧-୨୨ ଆର୍ଥିକ ବର୍ଷରେ ପ୍ରତି ମାସରେ ପ୍ରତି ଗ୍ରାହକ ପିଛା ହାରାହାରି ଡାଟା ବ୍ୟବହାର ୧୫.୬ ଜିବିକୁ ବୃଦ୍ଧି ପାଇଥିବା ବେଳେ ପ୍ରତି ମାସରେ ପ୍ରତି ଗ୍ରାହକ ପିଛା ହାରାହାରି ଭଏସ୍ ଉପଯୋଗିତା ୮୧୮ ମିନିଟ୍ ରହିଛି । ଏହି ତ୍ରୈମାସିକରେ କୋଭିଡ୍ (COVID-19) ଯୋଗୁଁ ସୃଷ୍ଟି ହୋଇଥିବା ପ୍ରଭାବକୁ ହ୍ରାସ କରିବା ଲାଗି ଜିଓ ତରଫରୁ ଅନେକ ଗ୍ରାହକ କୈନ୍ଦ୍ରୀକ ସେବା ଶୁଭାରମ୍ଭ କରାଯାଇଥିଲା, ଯେଉଁଥିରେ ସାମିଲ ଅଛି ଜିଓଫୋନ୍ ବ୍ୟବହାରକାରୀମାନଙ୍କ ଲାଗି ମାଗଣା ଅଫର, ଜରୁରୀକାଳୀନ ଡାଟା ଲୋନ୍‌, ହ୍ୱାଟସ୍‌ଆପ୍ ରିଚାର୍ଜ ସୁବିଧା ଓ କୌଣସି ଦୈନିକ ସୀମା ନ ଥିବା ଫ୍ରିଡମ୍ ପ୍ଲାନ୍ । କ୍ଷେତ୍ର ଭିତିରେ କାର୍ଯ୍ୟ କରିବାର ଆହ୍ୱାନ ରହିଥିବା ସତ୍ତ୍ୱେ ନିକଟ ମାସଗୁଡ଼ିକରେ ଗ୍ରାହକ ଯୋଡ଼ିବାରେ ଉନ୍ନତ ଧାରା ଜାରି ରହିଥିବାରୁ ଜିଓଫାଇବର୍‌ (Jio Fiber) ଏବେ ୩ ନିୟୁତରୁ ଅଧିକ ଘରକୁ ସଂଯୋଗ କରିପାରିଛି ।

ମୁକେଶ ଅମ୍ୱାନୀ ଜିଓଫୋନ୍ ନେକ୍ସଟର ଘୋଷଣା କରୁଛନ୍ତି ।


“କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁଁ ପରିଚାଳନା ପରିବେଶରେ ଅତ୍ୟଧିକ ଆହ୍ୱାନକୁ ସାମ୍ନା କରିବା ସତ୍ତ୍ୱେ କମ୍ପାନୀ ଦୃଢ଼ ଅଭିବୃଦ୍ଧି ପ୍ରଦାନ କରିଥିବାରୁ ମୁଁ ଆନନ୍ଦିତ । ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକର ଫଳାଫଳ ରିଲାଏନ୍ସର ବିବିଧ ବ୍ୟବସାୟ ପୋର୍ଟଫୋଲିଓର ସବୁ ସମୟରେ ସହନଶୀଳତାକୁ ପ୍ରତିଫଳିତ କରୁଛି,’’ ଏହି ତ୍ରୈମାସିକ ଫଳାଫଳ ସମ୍ପର୍କରେ କହିଛନ୍ତି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ଼ର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ମୁକେଶ ଧିରୁଭାଇି ଅମ୍ବାନି (Mukesh Ambani) ।

ଏହା ବି ପଢ଼ନ୍ତୁ ଦେଖନ୍ତୁ ଫଟୋ | ଇଏ ଜଣେ ମା’; ନାମ ଭାଗ୍ୟଲକ୍ଷ୍ମୀ; ନିଜ ଦୁଇ କୁନି ପୁଅଝିଅଙ୍କୁ କୂଅରେ ପକେଇ ମାରିଦେଲେ

ଜିଓ ଟେଲିକମ୍ ଓ ଡିଜିଟାଲ୍ ଶିଳ୍ପର ଅଗ୍ରଣୀ ପରିଚାଳନା ସୂଚୀ ସହ ଆଉ ଏକ ରେକର୍ଡ଼ ତ୍ରୈୟମାସିକ ପ୍ରଦର୍ଶନ କରିଛି ବୋଲି କହି ସେ ଆହୁରି କହିଛନ୍ତି, ‘‘ମୁଁ ଜିଓ ପରିବାରର ବିଶ୍ୱସ୍ତ ଗ୍ରାହକମାନଙ୍କ ପ୍ରତି କୃତଜ୍ଞ ଯେଉଁମାନଙ୍କ ସଂଖ୍ୟା ଏହି ତ୍ରୈମାସିକରେ ଆହୁରି ବୃଦ୍ଧି ପାଇଛି, ଯାହା ଭାରତର ଏକ ନମ୍ବର ଡିଜିଟାଲ୍ ସଂଯୋଗ ଓ ସେବା ପ୍ରଦାନକାରୀ ଭାବେ ଏହାର ସ୍ଥିତିକୁ ସୁଦୃଢ଼ କରିଛି । ଉତ୍କୃଷ୍ଟ ସେବା ମାନର ସ୍ତରରେ ଉନ୍ନତି ଆଣିବା ଉପରେ ଆମର ନିରନ୍ତର ଗୁରୁତ୍ୱକୁ ସେମାନେ ପସନ୍ଦ କରୁଛନ୍ତି ।’’

ଏହା ବି ପଢ଼ନ୍ତୁ | ଓଡ଼ିଶାକୁ ପୁଣି ଘାରିଲା ମାଓବାଦୀ ଚିନ୍ତା; ସ୍ବାଭିମାନ ଅଞ୍ଚଳ ଛାଡ଼ି ସୀମାନ୍ତରେ ସକ୍ରିୟ ହେଉଛି ଲାଲ ବାହିନୀ

‘‘ଆମର ଓ୨ସି (ଅଏଲ୍ ଟୁ କେମିକାଲ୍ସ) ବ୍ୟବସାୟରେ ରହିଥିବା ସମନ୍ୱିତ ପୋର୍ଟଫୋଲିଓ ଓ ଉତ୍କୃଷ୍ଟ ଉତ୍ପାଦ ଉପସ୍ଥାପନ ଦକ୍ଷତା ଆମେ ଆୟ ଦୃଢ଼ କରିପାରିଛୁ । ଆମର ସହଯୋଗୀ ବିପି ସହିତ ଆମେ କେଜି ଡି୬ରେ ସାଟେଲାଇଟ୍ କ୍ଲଷ୍ଟର୍‌ କାର୍ଯ୍ୟକ୍ଷମ କରିଛୁ ଓ ଉତ୍ପାଦନରେ ବୃଦ୍ଧି ଜାରି ରଖି ଭାରତର ଗ୍ୟାସ୍ ଉତ୍ପାଦନକୁ ୨୦% ଅବଦାନ ପ୍ରଦାନ କରିଛୁ । ଦେଶର ଶକ୍ତି ସୁରକ୍ଷାରେ ଏହା ହେଉଛି ଏକ ପ୍ରମୁଖ ଯୋଗଦାନ,’’ କହିଛନ୍ତି ଅମ୍ବାନି ।



(ଡିସକ୍ଲେମର୍: News18 Odia Digital ରିଲାଏନ୍ସ ଇଣ୍ଡଷ୍ଟ୍ରିଜର କମ୍ପାନୀ ନେଟୱାର୍କ18 ମିଡ଼ିଆ ଆଣ୍ଡ ଇନଭେଷ୍ଟମେଣ୍ଟ ଲିମିଟେଡର ଏକ ଅଂଶ । ନେଟୱାର୍କ 18 ମିଡିଆ ଆଣ୍ଡ ଇନଭେଷ୍ଟମେଣ୍ଟ ଲିମିଟେଡର ମାଲିକ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ।)
Published by:Anand S.T. Das
First published: