News 18 Odia Digital
ଭୁବନେଶ୍ୱର: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲର (reliance retail) ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍ସ ଓଡ଼ିଶାର ଜଗତପୁର ଓ ମାଲକାନଗିରି (jagatpur and malkanagiri) ସହରରେ ତାହାର ନୂଆ ଷ୍ଟୋର ଶୁଭାରମ୍ଭ କରିଛି ।
ଟ୍ରେଣ୍ଡ୍ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି । ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଞ୍ଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି ।
ଜଗତପୁର ଓ ମାଲକାନଗିରି ସହରରେ ଏହି ଟ୍ରେଣ୍ଡ୍ସ ଷ୍ଟୋର ଦ୍ୱୟ ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି । ମାଲକାନଗିରି ଓ ଜଗତପୁର ସହର ତଥା ନିକଟବର୍ତୀ ଅଞ୍ଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ ।
ଏହି ଖବର ପଢ଼ନ୍ତୁ -
http://ଛେଳି ଛୁଆ ପାଖରୁ ମାଆକୁ ନେଇଗଲା ଚୋର: ଗୋପାଳପୁର ଥାନାରେ ଏତଲାଜଗତପୁର ସହରରେ ଟ୍ରେଣ୍ଡ୍ସର ନୂଆ ଷ୍ଟୋର ୭୫୦୦ ବର୍ଗଫୁଟ ପରିମିତ ହୋଇଥିବାବେଳେ ମାଲକାନଗିରି ସହରରେ ଶୁଭାରମ୍ଭ ହୋଇଥିବା ଟ୍ରେଣ୍ଡ୍ସର ନୂଆ ଷ୍ଟୋର ୧୩ ହଜାର ବର୍ଗଫୁଟ ଅଞ୍ଚଳରେ ପରିବ୍ୟାପ୍ତ । ଉଭୟ ଜଗତପୁର ଏବଂ ମାଲକାନଗିରି ସହରରେ ଟ୍ରେଣ୍ଡ୍ସର ଏହା ପ୍ରଥମ ଷ୍ଟୋର । ଏହି ଦୁଇ ନୂଆ ଟ୍ରେଣ୍ଡ୍ସ ଷ୍ଟୋର୍ରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି । ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୨୪୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ । କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨ହଜାର ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ ।ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ଜଗତପୁର ଓ ମାଲକାନଗିରି ସହରରେ ଖୋଲିଥିବା ନୂଆ ଟ୍ରେଣ୍ଡ୍ସ ଷ୍ଟୋର୍ ।
Published by:Soubhagya Mishra
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।