କେସିଙ୍ଗାରେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସର ଶୁଭାରମ୍ଭ

କେସିଙ୍ଗା ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି।

କେସିଙ୍ଗାରେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସର ଶୁଭାରମ୍ଭ

କେସିଙ୍ଗାରେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସର ଶୁଭାରମ୍ଭ

  • News18 Odia
  • Last Updated :
  • Cuttack, India
  • Share this:
News18 Odia Digital

ଭବାନୀପାଟଣା/ଭୁବନେଶ୍ୱର: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର କଳାହାଣ୍ଡି ଜିଲ୍ଲାର କେସିଙ୍ଗା ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫ୍ୟାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ଼ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର୧, ଟିୟର୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଞ୍ଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଂ ଡେଷ୍ଟିନେସନ ପାଲଟିଛି।

କେସିଙ୍ଗା ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। କେସିଙ୍ଗା ସହର ତଥା ନିକଟବର୍ତ୍ତୀ ଅଞ୍ଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

କେସିଙ୍ଗା ସହରରେ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ୪୩୦୦ ବର୍ଗଫୁଟ ଅଞ୍ଚଳରେ ପରିବ୍ୟାପ୍ତ। ଏହି ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍‌ରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି। ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୨୪୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ଅନନ୍ୟ ଫ୍ୟାସନ୍ ସପିଂ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି କେସିଙ୍ଗା ସହରରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।
Published by:Lipina Das
First published: