ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା
News 18 Odia Digital
ଭୁବନେଶ୍ବର: ଆଜି ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା । ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଆଜି ଉପକୂଳ ଓଡ଼ିଶା ପ୍ରଭାବିତ ହେବାର ସମ୍ଭାବନା ଥିବା ବେଳେ, ୧୪ରେ ଆଭ୍ୟନ୍ତରୀଣ ସହ ପଶ୍ଚିମ ଓଡ଼ିଶା ଅଧିକ ପ୍ରଭାବିତ ହେବା ସମ୍ଭାବନା ରହିଛି । ବର୍ଷାର ପ୍ରଭାବରେ ବନ୍ୟାର ଆଶଙ୍କା ମଧ୍ୟ ଦେଖା ଦେବ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଲଘୁଚାପ ପ୍ରଭାବରେ ଶନିବାର ୧୪ ଜିଲ୍ଲାକୁ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରିକରାଯାଇଛି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ (୭୦ରୁ ୨୦୦ ମିମି) ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ସେହିଭଳି ଅନ୍ୟ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ୭୦ରୁ ୨୦୦ ମିମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।
କଟକ - ଭୁବନେଶ୍ୱର ରେ ମଧ୍ୟ ପ୍ରବଳ ବର୍ଷା ଜାରି ରହିଛି । ଆହୁରି ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ କରାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, କିଛି ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିବା ସହ ପାହାଡିଆ ଅଞ୍ଚଳରେ ଭୂସ୍ଖଳନର ବି ଆଶଙ୍କା ରହିଛି । ଓଡ଼ିଶା ଉପକୂଳ ଓ ତାର ଆଖ-ପାଖ ଅଞ୍ଚଳରେ ଝଡ଼ ପବନ ସହ ଘଣ୍ଟା ପ୍ରତି ୪୫ ରୁ ୫୫ କିମି ସହ ସର୍ବାଧିକ ୬୫ କିମି ଯାଏଁ ରହିବା ସହ ସମୁଦ୍ର ଅତ୍ୟଧିକ ଅଶାନ୍ତ ରହିବ । ଏହି କାରଣରୁ ମତ୍ସ୍ୟଜୀବୀମାନଙ୍କୁ ୧୫ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବା ଲାଗି ବାରଣ କରାଯାଇଛି ।
Published by:Sujit Swain
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।