Low Pressure: ୧୮ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା; ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଆଜି ଓଡ଼ିଶାର ୭ଟି ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୧୮ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା।

୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

  • Share this:
News18 Odia Digital

ଭୁବନେଶ୍ବର: ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆଜି ଓଡ଼ିଶାର ୭ଟି ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଆସନ୍ତା ୧୮ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା।

କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ହେଲେ ଏହି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ବର୍ଷା ହୋଇପାରେ।

ପାଣିପାଗ ରିପୋର୍ଟ ଅନୁଯାୟୀ, ଆଜି ଯେଉଁ ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି, ସେଥିରେ ସାମିଲ ଅଛି ସମ୍ବଲପୁର, ଅନୁଗୁଳ, ବରଗଡ଼, ବୌଦ୍ଧ, କନ୍ଦମାଳ, ବଲାଙ୍ଗୀର ଓ କାଲାହାଣ୍ଡି।

ସେହିଭଳି ଏହି ୧୬ଟି ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ତାଲିକାରେ ସାମିଲ ଅଛି ଖୋର୍ଦ୍ଧା, କଟକ, ପୁରୀ, ଜଗତ୍ସିଂହପୁର, କେନ୍ଦ୍ରାପଡା, ନୟାଗଡ଼, ଗଞ୍ଜାମ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଦେଓଗଡ, ସୁନ୍ଦରଗଡ, ଝାରସୁଗୁଡା, ସୋନପୁର, ନୂଆପଡ଼ା।

ଆସନ୍ତା ୧୭ ତାରିଖ ସକାଳ ୮.୩୦ ପର୍ଯ୍ୟନ୍ତ ୱାର୍ଣ୍ଣିଂ ଦିଆଯାଇଛି ବୋଲି ପାଣିପାଗ ରିପୋର୍ଟରେ ଦର୍ଶାଯାଇଛି।
Published by:Lipina Das
First published: