ଆଜିଠୁ ମାଟ୍ରିକ ପରୀକ୍ଷା; ସକାଳ ୮ଟାରୁ ଆରମ୍ଭ ହୋଇ ୧୦ଟାରେ ଶେଷ ହେବ

Matric Exam: ମାଟ୍ରିକ ସହ ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷା ମଧ୍ୟ ଆଜିଠୁ ଆରମ୍ଭ ହେଉଛି। ପରୀକ୍ଷା ୮ଟାରୁ ଆରମ୍ଭ ହୋଇ ୧୦ଟାରେ ଶେଷ ହେବ।

ଆଜିଠୁ ମାଟ୍ରିକ ପରୀକ୍ଷା

ଆଜିଠୁ ମାଟ୍ରିକ ପରୀକ୍ଷା

  • News18 Odia
  • Last Updated :
  • Cuttack, India
  • Share this:
News18 Odia Digital

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା (Matric Examination) । ଆଜିଠୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ମାଟ୍ରିକ ଦ୍ଵିତୀୟ ସମ୍ମେଟିଭ ପରୀକ୍ଷା। ମାଟ୍ରିକ ସହ ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷା ମଧ୍ୟ ଆଜିଠୁ ଆରମ୍ଭ ହେଉଛି।

ଏଥର ୫ ଲକ୍ଷ ୪୧ ହଜାର ୨୪୭ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ପରୀକ୍ଷା ପାଇଁ ୩ ହଜାର ୨୧୮ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ୨୨ଟି ପୋଲିସ ଷ୍ଟେସନକୁ ମିଶାଇ ହୋଇଥିବା ୩୧୬ ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି। ସେଠାରୁ ପ୍ରତିଦିନ ସକାଳେ ପୋଲିସ ସୁରକ୍ଷା ସହ ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଯିବ।

ସେହିପରି ଏଥର କପି ରୋକିବାକୁ ବିଶେଷ ପଦକ୍ଷେପ ନିଆଯାଇଛି। ପ୍ରଥମ ଦିନରେ ପିଲାମାନେ ଘଣ୍ଟାଏ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ଯେଉଁ ଦିନ ଯେଉଁ ପରୀକ୍ଷା ସେହି ଦିନ ସେହି ପ୍ରଶ୍ନପତ୍ର ସକାଳୁ ଯିବ। ପୋଲିସ ଏସ୍କର୍ଟରେ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚିବ। ସକାଳ ୬ରୁ ୭ଟା ଭିତରେ ହିଁ ପ୍ରଶ୍ନପତ୍ର ସେଣ୍ଟରରେ ପହଞ୍ଚିବ।

ବୋର୍ଡ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପରୀକ୍ଷା ୮ଟାରୁ ଆରମ୍ଭ ହୋଇ ୧୦ଟାରେ ଶେଷ ହେବ। ପରୀକ୍ଷାର୍ଥୀମାନେ ପରୀକ୍ଷା କେନ୍ଦ୍ରକୁ ଯିବା ବେଳେ ସାଙ୍ଗରେ ଆଡମିଟ୍‌ କାର୍ଡ, ବ୍ଲୁ ଓ ବ୍ଲାକ୍ ପେନ୍ ଓ ପେନ୍‌ସିଲ୍ ଜେମେଟ୍ରି ବକ୍ସ ନେଇଯିବେ। ଅନ୍ୟ ଜିନିଷ ପରୀକ୍ଷା କେନ୍ଦ୍ରକୁ ନେବାର ଅନୁମତି ନାହିଁ। ଏହା ସହ ଶିକ୍ଷକମାନେ ପରୀକ୍ଷା କେନ୍ଦ୍ରକୁ ଯିବାବେଳେ ମୋବାଇଲ ସ୍ୱିଚ୍‌ ଅଫ୍‌ ମୋଡରେ ନିର୍ଦ୍ଦିଷ୍ଟ ସ୍ଥାନରେ ରହିବ।
Published by:Lipina Das
First published: