News 18 Odia Digital
ଭୁବନେଶ୍ୱର; ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାରିବା ଘଟଣାରେ ମୁହଁ ଖୋଲିଛନ୍ତି ଗୋପାଳ ଦାସଙ୍କ ପତ୍ନୀ । ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ମୁଁ ଘଣ୍ଟେ ତଳେ ଶୁଣିଲି ଏପରି ହୋଇଛି ବୋଲି । ମୁଁ ନିଜେ ଆଶ୍ଚର୍ଯ୍ୟ, ସକାଳୁ କଥା ବି ହୋଇନି ତାଙ୍କ ସହ । ୭ କି ୮ ବର୍ଷ ହେବ ମାନସିକ ଅବସ୍ଥା ଭଲ ନଥିଲା । ପୂର୍ବରୁ ଥରେ ଥାନାରୁ କୁଆଡେ ପଳାଇଯାଇଥିଲେ ।। ମେଡିସିନ ଖାଉଥିଲେ । କନେଷ୍ଟବଳରୁ ପ୍ରମୋଶନ ହୋଇ ଏଏସଆଇ ହୋଇଥିଲେ । ଛୁଟିରେ ଆସିବା ସମୟରେ ସାଧାରଣ ବ୍ୟବହାର କରୁଥିଲେ । ସେ ଖୁବ ଭଲ ଏମିତି କାହିଁକି କଲେ ମୁଁ କିଛି ଜାଣିପାରୁନି ।ସେ ମତେ କିଛି କହିନାହାନ୍ତି ନବ ଦାସଙ୍କ ବିଷୟରେ । ସେ ଜଣେ ସ୍ପୋର୍ଟମ୍ୟାନ ଥିଲେ । ସ୍ତ୍ରୀ ହିସାବରେ ଏ ଖବର ଶୁଣି ମତେ ଭଲ ଲାଗୁନି । ୪ ମାସ ତଳେ ଛୁଟିରେ ଆସିଥିଲେ ଭଲ ଥିଲେ । ଆଜି ସକାଳେ ଝିଅକୁ ଭିଡିଓ କଲ୍ କରିଥିଲେ । କଥା ହେବା ସମୟରେ ଅନ୍ୟ ଏକ ଫୋନ କଲ୍ ଆସିବାରୁ କହିଲେ ଫୋନ ରଖ ଗୋଟେ କଲ୍ ଆସୁଛି । ମୁଁ ୧୫ ଦିନ ତଳେ କ୍ୱାଟରକୁ ଯାଇଥିଲି । ମେଡିସିନ ଖାଉଥିଲେ ମଝିରେ ମଝିରେ ମେଡିସିନ ଛାଡିଦେଇଥିଲେ । ମୁଁ କହିବାରୁ ଖାଇଥିଲେ । ଏବେ ଖାଉଥିଲେ କି ନାହିଁ ମୁଁ ପଚାରିନଥିଲି । ସମସ୍ତଙ୍କ ସହ ତାଙ୍କର ଭଲ ସମ୍ପର୍କ । ଆପଣ ଷ୍ଟାଫଙ୍କୁ ପଚାରନ୍ତୁ ସେ ସମସ୍ତଙ୍କ ସହ ଭଲ । ମୁଁ କଣ କରିବି ନିଜେ କିଛି ଭାବି ପାରୁନି । ପିଲାମାନେ ଜାଣିବା ପରେ ଆଶ୍ଚର୍ଯ୍ୟ ହୋଇପଡିଛନ୍ତି । ସେମାନେ ଭାବୁଛନ୍ତି ହଠାତ କିପରି ଏପରି ହୋଇଗଲେ ବାପା । ବ୍ରହ୍ମପୁରରେ କନେଷ୍ଟବଳ ଥିଲେ ପ୍ରମୋଶନ ପରେ ଝାରସୁଗୁଡା ବଦଳି ହୋଇଯାଇଥିଲା ।
ଗୋପାଳ ଦାସଙ୍କ ପୁଅ କହିଛନ୍ତି, ବାପା ସବୁବେଳେ ହସିକି କଥା ହେଉଥିଲେ । ଦଶହରା ସମୟରେ ବାପାଙ୍କ ଦେହ ଟିକେ ଖରାପ ହୋଇଥିଲା । ଛୁଟିନେବା ପାଇଁ ଚାହୁଁଥିଲେ । ମୁଁ ସେ ସମୟରେ ମାଆଙ୍କ ସହ ବାପାଙ୍କ ପାଖକୁ ଯାଇଥିଲି । ବିପି, ଏସିଡ ମଧ୍ୟ ଅଛି, ଗୋଡ ଫୁଲିଯାଉଥିଲା ।
ତଦନ୍ତ ପରେ ଏସବୁ ସ୍ପଷ୍ଟ ହେବ, ଏ ଘଟଣା କେବଳ ମାନସିକ ଅବସ୍ଥା ଖରାପ ପାଇଁ ହୋଇଛି ନା ଏହା ଭିତରେ ଅନ୍ୟ କୌଣସି କାରଣ ରହିଛି । ସ୍ୱାସ୍ୱମନ୍ତ୍ରୀ ନବ ଦାସ ଏବେ ଆପୋଲୋ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ୫ ଜଣିଆ ଡାକ୍ତରୀ ଟିମ ଚିକିତ୍ସିତ କରୁଛନ୍ତି । ଆପୋଲୋ ହସ୍ପିଟାଲ ପରିସର ମଧ୍ୟରେ ନିଜର ପ୍ରିୟଜନ, ଦଳର ସମର୍ଥକ ନେତାମାନେ ହସ୍ପିଟାଲ ପରିସରରେ ପହଞ୍ଚି ମନ୍ତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ଆପୋଲୋ ହସ୍ପିଟାଲରେ ପହଞ୍ଚିବା ସହିତ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଘଟଣାର ତଦନ୍ତ ପାଇଁ ସିବିଆଇକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।
ଏହି ଖବର ପଢ଼ନ୍ତୁ -
http://ଭୁବନେଶ୍ୱରରେ ପହଞ୍ଚିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ; କଡା ସୁରକ୍ଷାରେ ନିଆଗଲା ହସ୍ପିଟାଲPublished by:Soubhagya Mishra
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।