- News18 Odia
- Last Updated :
- Other, India
News18 Odia Digital
ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛନ୍ତି ମୋହନ ଭଗବତ। ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘ ଚାଳକ ଡକ୍ଚର ମୋହନ ଭଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ପହଞ୍ଚିବା ପରେ ସେଠାରୁ କଟକର ଗତିରାଉତପାଟଣାସ୍ଥିତ କେଶବଧାମକୁ ଯାତ୍ରା କରିବେ।
ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ କଟକର ଗତିରାଉତପାଟଣାସ୍ଥିତ କେଶବଧାମକୁ ଯାତ୍ରା କରିବେ। କେଶବଧାମରେ ଅନୁଷ୍ଠିତ ସଂଘର ଶିକ୍ଷାବର୍ଗ ପ୍ରଶିକ୍ଷଣ ଶିବିରରେ ଯୋଗଦେବା ସହ ଏଠାରେ ୪ ଦିନ ଅବସ୍ଥାନ କରିବେ। ଏଠାରେ କୌଣସି ସାର୍ବଜନୀନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବନାହିଁ। ଏହି ପ୍ରବାସ କେବଳ ସାଙ୍ଗଠନିକ କାର୍ଯ୍ୟ ପାଇଁ ଉଦ୍ଧିଷ୍ଟ। ଓଡ଼ିଶା ଗସ୍ତ ସାରି ୧୫ ତାରିଖରେ ଫେରିଯିବେ ମୋହନ ଭଗବତ।
Published by:Soumya Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।