ଓଡ଼ିଶା ଛୁଇଁଲା ମୌସୁମୀ; ଆଜି ଓ କାଲି ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଅଛି

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-କେନ୍ଦ୍ରୀୟ ଓ ଏହାର ଆଖପାଖ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରୁ କ୍ରମଶଃ ପଶ୍ଚିମ ଓ ଉତ୍ତର-ପଶ୍ଚିମକୁ ଗତି କରୁଛି । ଜୁନ୍ ୧୨ ସନ୍ଧ୍ୟା ସୁଦ୍ଧା ୱେଲମାର୍କ ଲୋ’ ପ୍ରେସରରେ ପରିଣତ ହେବ ।

ଓଡ଼ିଶା ଛୁଇଁଲା ମୌସୁମୀ; ଆଜି ଓ କାଲି ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଅଛି
ଗଜପତି, ଗଞ୍ଜାମ, ପୁରୀ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ଭାରତୀୟ ପାଣିପାଗ କେନ୍ଦ୍ରର ପୂର୍ବାନୁମାନକୁ ସତ୍ୟରେ ପରିଣତ କରି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛୁଇଁଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ରାଜ୍ୟରେ ମୌସୁମୀକୁ ଅଧିକ ସକ୍ରିୟ କରିବ ।

ଜୁନ ୧ ତାରିଖରେ ମୌସୁମୀ କେରଳ ଛୁଇଁଥିଲା । ସେହି ସମୟରେ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିଲା ଯେ ଜୁନ ୧୧ରେ ଓଡିଶା ପ୍ରବେଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଜୁନ୍‌ ୧୧ ମଧ୍ୟାହ୍ନରେ ମୌସୁମୀ ଓଡ଼ିଶାରେ ପ୍ରବେଶ କରିଛି । ‘‘କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ସମ୍ପୂର୍ଣ୍ଣ ପ୍ରବେଶ କରିଥିବା ବେଳେ ଗଞ୍ଜାମ, ଗଜପତି, ରାୟଗଡା ଓ ନବରଙ୍ଗପୁର ଜିଲ୍ଲାକୁ ଆଂଶିକ ଛୁଇଁଛି ମୌସୁମୀ । ଆସନ୍ତା ୪୮ ଘଣ୍ଟାରେ ଏହା ସାରା ରାଜ୍ୟକୁ ବ୍ୟାପିବ,’’ କହିଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର.ବିଶ୍ୱାସ ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ପଶ୍ଚିମ-କେନ୍ଦ୍ରୀୟ ଓ ଏହାର ଆଖପାଖ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ରହିଛି । କ୍ରମଶଃ ପଶ୍ଚିମ ଓ ଉତ୍ତର-ପଶ୍ଚିମକୁ ଏହା ଗତି କରୁଛି । ଜୁନ୍‌ ୧୨ ସନ୍ଧ୍ୟା ସୁଦ୍ଧା ୱେଲମାର୍କ ଲୋପ୍ରେସରରେ ପରିଣତ ହେବ । ଏହା ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଗଜପତି, ଗଞ୍ଜାମ, ପୁରୀ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟ ଜିଲ୍ଲାଗୁଡ଼ିକରେ ସ୍ଵଳ୍ପରୁ ମାଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷା ହେବ ବୋଲି କହିଛି ପାଣିପାଗ କେନ୍ଦ୍ର।

ଚଳିତ ବର୍ଷ ମୌସୁମୀ ସ୍ୱାଭାବିକ ସମୟରେ ଆସିଥିବାରୁ ଚାଷ ଭଲ ହେବ ।


ଜୁନ୍‌ ୧୨ ଓ ୧୩ରେ ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ଅନଗୁଳ, ଢେଙ୍କାନାଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି । ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି । ସମୁଦ୍ର କୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ଅଧିକ ରହିଛି । ତେଣୁ ୧୩ ତାରିଖ ଯାଏ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ଜୁନ୍‌ ୧୨ ତାରିଖରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱରରେ ମଧ୍ୟ ଆକାଶ ମେଘାଚ୍ଛନ୍ନ ରହିବା ସହ ବର୍ଷା ହେବ।

‘‘ଚଳିତ ବର୍ଷ ମୌସୁମୀ ସ୍ୱାଭାବିକ ସମୟରେ ଆସିଛି । ଭଲ ବର୍ଷା ବି ହେବ ଏ ଥର । ଗତ ଶୀତ ଋତୁରେ ବି ଅଧିକ ବର୍ଷା ହୋଇଥିଲା । ମାର୍ଚ୍ଚ ମାସରେ ବି ଭଲ ବର୍ଷା ହୋଇଛି । ତେଣୁ ଏଥର ବର୍ଷା ସ୍ୱାଭାବିକ ରହିବ,’’ କହିଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ । ତା’ ଛଡା ଏଥର ଲାନିନା ପ୍ରଭାବ ରହିବ, ଯାହାକି ଭଲ ବର୍ଷା କରାଇବ । ଚାଷ ପାଇଁ ପାଗ ଅନୁକୂଳ ରହିଛି । ବର୍ତ୍ତମାନ ଚାଷୀମାନେ ବୁଣାବୁଣି କାର୍ଯ୍ୟ ଆରମ୍ଭ କରନ୍ତୁ ବୋଲି ପରାମର୍ଶ ଦେଇଛନ୍ତି କୃଷି ପାଣିପାଗ ବିଶେଷଜ୍ଞ ।

ଏହା ବି ପଢ଼ନ୍ତୁ: 

ବେଶୀ ରୋଜଗାର ପାଇଁ ଏହି ୨୫ ବର୍ଷୀୟା ସୁପରକାର୍ ରେସର୍ ପର୍ଣ୍ଣ ଷ୍ଟାର୍ ହୋଇ ଭାରି ଖୁସି ଅଛନ୍ତି

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା 

ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା
First published: June 12, 2020, 1:43 AM IST
corona virus btn
corona virus btn
Loading