ଓଡ଼ିଶାକୁ ଛୁଇଁବ ମୌସୁମୀ; ଆଜି ଠାରୁ ବର୍ଷିବ ଝମାଝମ୍; ପାଣିପାଗ ବିଭାଗ ଆଲର୍ଟ ଜାରି କଲା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବରେ ଓଡ଼ିଶାରେ ୧୩ ତାରିଖ ପର୍ଯ୍ୟନ୍ତ ଭୀଷଣ ବର୍ଷା ହେବ । ଦକ୍ଷିଣ ଓ ଉପକୂଳ ଓଡିଶାର କେତେକ ଜିଲ୍ଲା ପାଇଁ ପାଣିପାଗ ବିଭାଗ ୱାର୍ଣ୍ଣିଂ ଜାରି କରିଛି ।

ଓଡ଼ିଶାକୁ ଛୁଇଁବ ମୌସୁମୀ; ଆଜି ଠାରୁ ବର୍ଷିବ ଝମାଝମ୍; ପାଣିପାଗ ବିଭାଗ ଆଲର୍ଟ ଜାରି କଲା
(ପ୍ରତୀକାତ୍ମକ ଛବି)
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟକୁ ଛୁଇଁବାକୁ ମୌସୁମୀ ପ୍ରସ୍ତୁତ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସହିତ ଆସିବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଫଳରେ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଭଲ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଏଥି ସହିତ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ଆସନ୍ତା ଦୁଇରୁ ୩ ଦିନ ଭିତରେ ରାଜ୍ୟକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ । ବର୍ତ୍ତମାନ ପଶ୍ଚିମକୈନ୍ଦ୍ରିକ ଓ ଉତ୍ତର ବଙ୍ଗୋପସାଗରରେ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗକୁ ଆହୁରି ସକ୍ରିୟ ହେବ। ମଙ୍ଗଳବାର ସକାଳେ ପୂର୍ବ କେନ୍ଦ୍ର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି । ଏହା ମୌସୁମୀକୁ ଆହୁରି ସକ୍ରିୟ କରାଇବାରେ ସହାୟକ ହେବ। ତେଣୁ ୧୧ କିମ୍ବା ୧୨ ତାରିଖ ବେଳକୁ ରାଜ୍ୟକୁ ମୌସୁମୀ ବାୟୁ ପ୍ରବେଶ କରିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସ୍ପଷ୍ଟ କରିଛି । ଫଳରେ ଦକ୍ଷିଣ ଓଡିଶାରେ ଭଲ ବର୍ଷା ହେବ।

‘‘ପାଣିପାଗ ବିଭାଗ ଏହି ଲଘୁଚାପର ଗତିପଥ ଉପରେ ନଜର ରଖିଛି । ଏହାର ପ୍ରଭାବରେ ଭୀଷଣ ବର୍ଷା ହେବା ଯୋଗୁଁ ଦକ୍ଷିଣ ଓ ଉପକୂଳ ଓଡିଶାର କିଛି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛୁ,’’ କହିଛନ୍ତି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ନିର୍ଦେଶକ ଏଚ. ଆର. ବିଶ୍ୱାସ ।

ଶୁକ୍ରବାର ସୁଦ୍ଧା ମୌସୁମୀ ସାରା ରାଜ୍ୟକୁ ଛୁଇଁବ ଓ ଏହାର ପ୍ରଭାବରେ ବର୍ଷା ହେବ ।


ପାଣିପାଗ ବିଶେଷଜ୍ଞ ଶରତ ଚନ୍ଦ୍ର ସାହୁ କହିଛନ୍ତି: ‘‘ଆସନ୍ତା ଗୁରୁବାର ଦିନ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛୁଇଁବ ବୋଲି ଆଶା କରାଯାଉଛି । ଫଳରେ ଦକ୍ଷିଣ ଓଡିଶାରେ ବୁଧବାର ଠାରୁ ମୌସୁମୀ ବର୍ଷା ଆରମ୍ଭ ହୋଇଯିବ । ଶୁକ୍ରବାର ସୁଦ୍ଧା ସାରା ରାଜ୍ୟକୁ ଛୁଇଁବ ଓ ଏହାର ପ୍ରଭାବରେ ବର୍ଷା ହେବ । ଚଳିତ ବର୍ଷ ଭଲ ବର୍ଷା ହେବ ।’’

ଲଘୁଚାପ ଓ ମୌସୁମୀ ଯୋଗୁଁ ବୁଧବାର ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ଭଲ ବର୍ଷା ହେବ । ଏହାକୁ ନେଇ ଏହି ସ୍ଥାନ ଗୁଡିକରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୧ ତାରିଖରେ ମାଲକାନଗିରି, କୋରାପୁଟ ଓ ରାୟଗଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, କଳାହାଣ୍ଡି ସହ ଉପକୂଳ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବ । ୧୨ ତାରିଖରେ କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ପୁରୀରେ ଭୀଷଣ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୧୩ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗିରହିବ । ଫଳରେ ତାପମାତ୍ରା ହ୍ରାସ ପାଇବା ସାଙ୍ଗକୁ ଗରମ ଓ ଗୁଳୁଗୁଳିରୁ ନିସ୍ତାର ମିଳିବ।

ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିବ । ତେଣୁ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ମନା ହୋଇଛି । ସମୁଦ୍ର ଭିତରେ ଥିବା ମତ୍ସ୍ୟଜୀବୀମାନଙ୍କୁ କୂଳକୁ ଫେରିଆସିବାକୁ କୁହାଯାଇଛି ।

ଏହା ବି ପଢ଼ନ୍ତୁ: 

ବେଶୀ ରୋଜଗାର ପାଇଁ ଏହି ୨୫ ବର୍ଷୀୟା ସୁପରକାର୍ ରେସର୍ ପର୍ଣ୍ଣ ଷ୍ଟାର୍ ହୋଇ ଭାରି ଖୁସି ଅଛନ୍ତି

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା 

ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା
First published: June 10, 2020, 2:17 AM IST
corona virus btn
corona virus btn
Loading