ନିରବୀ ଗଲେ ନନ୍ଦ ସାର; ମୃତ୍ୟୁ ବେଳକୁ ହୋଇଥିଲା ୧୦୪ ବର୍ଷ

ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ଓରଫ ନନ୍ଦ ସାର୍ଙ୍କ ପରଲୋକ ହୋଇଛି। ଭୁବନେଶ୍ୱର ସମ୍ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ବୟସ ହୋଇଥିଲା।

ନନ୍ଦ ସାରଙ୍କର ଦେହାନ୍ତ ହୋଇଛି (ପ୍ରତୀକାତ୍ମକ ଛବି)

ନନ୍ଦ ସାରଙ୍କର ଦେହାନ୍ତ ହୋଇଛି (ପ୍ରତୀକାତ୍ମକ ଛବି)

  • Share this:
News18 Odia Digital

ଭୁବନେଶ୍ୱର: ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ଓରଫ ନନ୍ଦ ସାର୍‌ଙ୍କ ପରଲୋକ ହୋଇଛି। ଭୁବନେଶ୍ୱର ସମ୍ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ବୟସ ହୋଇଥିଲା। ପରଲୋକ ନେଇ ନନ୍ଦ ସାର୍‌ଙ୍କ ନାତି ଖଗେଶ୍ୱର ପୃଷ୍ଟି ସୂଚନା ଦେଇଛନ୍ତି।

ଆଜି ଦିନ ୧ଟା ୨୮ରେ ନନ୍ଦ ସାର୍‌ଙ୍କ ପରଲୋକ ନେଇ ସମ୍ କର୍ତ୍ତୃପକ୍ଷଙ୍କ ସୂଚନା ଦେଇଛନ୍ତି। କରୋନା ଆକ୍ରାନ୍ତ ହୋଇ ସେ ଚିକିତ୍ସାଧୀନ ଥିଲେ। ଚାଟଶାଳୀରେ ପିଲାଙ୍କୁ ପାଠ ପଢ଼ାଇ ଚର୍ଚ୍ଚିତ ଥିଲେ ନନ୍ଦ ସାର୍। ଗାଁର ଛୋଟ ଛୋଟ ପିଲାଙ୍କୁ ଦଶନ୍ଧି ଦଶନ୍ଧି ଧରି ସେ ମାଗଣାରେ ପାଠ ପଢ଼ାଉଥିଲେ। ତାଙ୍କ ବ୍ୟକ୍ତିତ୍ୱ, ଦକ୍ଷତା ଓ ପାଠ ପଢ଼ାଇବା ପ୍ରତି ଭଲ ପାଇବା ତାଙ୍କୁ ଦେଶବ୍ୟାପୀ ପରିଚିତ କରିଥିଲା। ଗତ ନଭେମ୍ବର ୯ ତାରିଖରେ ରାଷ୍ଟ୍ରପତିଙ୍କ ଠାରୁ ନନ୍ଦ ସାର୍‌  ସମ୍ମାନଜନକ ପଦ୍ମଶ୍ରୀ ଗ୍ରହଣ କରିଥିଲେ।

କିଛି ଦିନ ପୂର୍ବରୁ ନନ୍ଦ ସାର ଅସୁସ୍ଥ ଅନୁଭବ କରି ତଳେ ପଡିଯିବାରୁ ତାଙ୍କୁ ଯାଜପୁର ଜିଲ୍ଲା ହେଡକ୍ୱାର୍ଟର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ କରୋନା ପଜିଟିଭ ଚିହ୍ନଟ ପରେ ତାଙ୍କୁ କୋଭିଡ଼ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା ।

ନନ୍ଦ ସାରଙ୍କ ବଡ଼ ପୁଅଙ୍କୁ ପଡ଼ୋଶୀ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲ । ସୁକିନ୍ଦା ଥାନା କନ୍ତିରା ଗାଁରେ ଜମିଜମା ବିବାଦରୁ ନନ୍ଦ ସାରଙ୍କୁ ଧମକ ସହ ପୁଅଙ୍କୁ ଆକ୍ରମଣ ଅଭିଯୋଗ ହେବା ପରେ ତନାଘନା ଆରମ୍ଭ କରିଥିଲା ପୋଲିସ ।
Published by:Soumya Das
First published:
)}