ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ CM ନବୀନ

ସୋମବାର ସକାଳେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ପଦ୍ମପୁରର ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହା। ସେପଟେ ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ CM ନବୀନ

ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ CM ନବୀନ

  • News18 Odia
  • Last Updated :
  • Cuttack, India
  • Share this:
News18 Odia Digital

ଭୁବନେଶ୍ବର: ସୋମବାର ଦିନ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁରର ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି।

ଶୋକ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏକ ଟ୍ବିଟରେ କହିଛନ୍ତି, ‘‘ପଦ୍ମପୁର ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା।”

ବରିହା ଦୀର୍ଘ ସମୟ ଧରି ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ତେବେ ସେ ସୋମବାର ସକାଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରାଧାନ ଶୋକ ପ୍ରକାଶ କରି କହିଛନ୍ତି, ‘‘ପୂର୍ବତନ ମନ୍ତ୍ରୀ ତଥା ବରଗଡ ଜିଲ୍ଲା ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ସାମାଜିକ ଓ ରାଜନୈତିକ ଜୀବନରେ ସେ କରିଥିବା ଉଲ୍ଳେଖନୀୟ କାର୍ଯ୍ୟ ଗୁଡ଼ିକ ସବୁ ଦିନ ପାଇଁ ସ୍ମରଣୀୟ ହୋଇ ରହିବ।”

ପ୍ରକାଶ ଥାଉକି ବିଜୟ ରଞ୍ଜନ ପଦ୍ମପୁରରୁ ୫ ଥର ବିଧାୟକ ହୋଇଥିବା ବେଳେ ବରଗଡ ଜିଲ୍ଲା ବିଜୁ ଜନତା ଦଳ ସଭାପତି ଥିଲେ । ୧୯୯୦ ମସିହାରେ ପ୍ରଥମ ଥର ପାଇଁ ଜନତା ଦଳରୁ ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହା ପରେ ୧୯୯୫ରେ ପୁଣି ନିର୍ବାଚିତ ହୋଇଥିଲେ । ଏହା ପରେ ୨୦୦୦, ୨୦୦୪, ୨୦୦୯ ଓ ୨୦୧୯ ବିଜୁ ଜନତା ଦଳରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ହରିଜନ- ଆଦିବାସୀ କଲ୍ୟାଣ କ୍ୟାବିନେଟ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇ ଥିଲେ।
Published by:Lipina Das
First published: