ହୋମ୍ » ଓଡ଼ିଶା ନ୍ୟୁଜ୍ » ଓଡ଼ିଶା»ସମ୍ଭାବ୍ୟ ମରୁଡି଼ ସ୍ଥିତିର ସମୀକ୍ଷା କରି ଜରୁରୀକାଳୀନ ଯୋଜନା ପ୍ରସ୍ତୁତ କରିବାକୁ କହିଲେ ମୁଖ୍ୟ ମନ୍ତ୍ରୀ

ସମ୍ଭାବ୍ୟ ମରୁଡି଼ ସ୍ଥିତିର ସମୀକ୍ଷା କରି ଜରୁରୀକାଳୀନ ଯୋଜନା ପ୍ରସ୍ତୁତ କରିବାକୁ କହିଲେ ମୁଖ୍ୟ ମନ୍ତ୍ରୀ

କୃଷି ଓ କୃଷକ ସଶକ୍ତିକରଣ ବିଭାଗକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇ ପ୍ରତି ଦିନ ପରିସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ନବୀନ ପଟ୍ଟନାୟକ । ଜିଲ୍ଲାପାଳମାନଙ୍କୁ କ୍ଷେତ୍ର ସ୍ତରରେ ତୁରନ୍ତ ପଦକ୍ଷେପ ନେବାକୁ ସେ କହିଛନ୍ତି ।

ସମ୍ଭାବ୍ୟ ମରୁଡି଼ ସ୍ଥିତିର ସମୀକ୍ଷା କରି ଜରୁରୀକାଳୀନ ଯୋଜନା ପ୍ରସ୍ତୁତ କରିବାକୁ କହିଲେ ମୁଖ୍ୟ ମନ୍ତ୍ରୀ
ଭିଡିଓ କନଫେରେନସିଂ ଜରିଆରେ ହୋଇଥିବା ବୈଠକର ଏକ ଦୃଶ୍ୟ
  • News18 Odia
  • Last Updated: August 31, 2021, 11:46 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ମରୁଡ଼ି ସ୍ଥିତିର ସମୀକ୍ଷା ସମୀକ୍ଷା କରି ଏହାର ମୁକାବିଲା କରିବାକୁ ଅଦିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ । ମଙ୍ଗଳବାର ଦିନ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମରୁଡି଼ ପରିସ୍ଥିତି ସମ୍ପର୍କରେ ଅବଗତ ହୋଇ ଚାଷୀମାନଙ୍କ ପାଇଁ ଜରୁରୀକାଳୀନ ଫସଲ ଯୋଜନା କାର୍ଯ୍ୟକାରୀ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

‘‘ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୧୩ଟି ବ୍ଲକରେ ବର୍ଷାର ଅଭାବ ଦେଖାଦେଇଛି। ଏହା କୃଷି କାର୍ଯ୍ୟକ୍ରମକୁ ପ୍ରଭାବିତ କରିବାର ଆଶଙ୍କା ରହିଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇ ଦୈନିକ ଭିତ୍ତିରେ ପରିସ୍ଥିତି ଉପରେ ନଜର ରଖିବାକୁ ମୁଁ ନିର୍ଦ୍ଦେଶ ଦେଇଛି । ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ କ୍ଷେତ୍ର ସ୍ତରରେ ତୁରନ୍ତ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଛି,’’ କହିଛନ୍ତି ପଟ୍ଟନାୟକ ।

ଏହା ବି ପଢ଼ନ୍ତୁ | ଆମେରିକା ଆଫଗାନିସ୍ତାନରେ ତାଲିବାନର ଶାସନକୁ ମାନ୍ୟତା ଦେବାକୁ ରାଜି ହୋଇଗଲା?

ଫସଲ ପାଇଁ ଜରୁରୀକାଳୀନ ଯୋଜନା, କେନାଲଗୁଡି଼କରେ ଜଳ ପ୍ରବାହ ଓ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି କାର୍ଯ୍ୟକ୍ରମ ମଧ୍ୟରେ ଉତ୍ତମ ସମନ୍ବୟ ରଖି କାର୍ଯ୍ୟ କରିବା ଜରୁରୀ ବୋଲି ସେ ଅଧିକାରୀମାନଙ୍କୁ କହିଛନ୍ତି । ଚାଷୀମାନଙ୍କ ଫସଲ ନଷ୍ଟ ହେବା କ୍ଷେତ୍ରରେ ଦ୍ବିତୀୟ ଫସଲ ପାଇଁ ବିହନ ଓ ମିନିକିଟ୍‌ ଯୋଗାଇ ଦେବା ଏବଂ ଯେଉଁଠି ଫସଲ ଅଛି ତାକୁ ସୁରକ୍ଷିତ ରଖିବା ପାଇଁ ରିହାତି ଦରରେ ଚାଷୀମାନଙ୍କୁ ଡିଜେଲ ପମ୍ଫସେଟ୍‌ ଯୋଗାଇ ଦେବାକୁ ବି ସେ ନିର୍ଦ୍ଦେଶ ଦେଇଛନ୍ତି ।

ରାଜ୍ୟରେ ବୃଷ୍ଟିପାତର ତାଜା ସ୍ଥିତିର ମ୍ୟାପ୍


ଏହା ବି ପଢ଼ନ୍ତୁ ଦେଖନ୍ତୁ ଭିଡିଓ | Dehradun Bridge Collapse: ଦେହରାଡୁନରେ ବର୍ଷା ଯୋଗୁଁ ମଝିରୁ ଭାଙ୍ଗିଗଲା ପୋଲ; ଦେଖନ୍ତୁ VIDEO

ଚାଷୀମାନଙ୍କ ଜମିକୁ ଜଳ ଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ଗୋଟିଏ ଜାଗାରେ ଅଧ ଏକରରୁ ଅଧିକ ଥିବା ଚାଷ ଜମି ପାଇଁ ପୋଖରୀ ଖୋଳିବାକୁ ମୁଖ୍ୟ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସବୁ ଉଠା ଜଳସେଚନ ପଏଣ୍ଟଗୁଡି଼କୁ ଆସନ୍ତା ସାତ ଦିନ ମଧ୍ୟରେ ମରାମତି ଓ ପୁନରୁଦ୍ଧାର କରି କାର୍ଯ୍ୟକ୍ଷମ କରିବା ପାଇଁ ବି ସେ କହିଛନ୍ତି । ଛୋଟ ଓ ନାମମାତ୍ର ଚାଷୀ ଓ କୃଷି ଶ୍ରମିକମାନଙ୍କୁ ଜୀବିକା ସହାୟତା ଦେବା ପାଇଁ ବିଭିନ୍ନ ରୋଜଗାର ସୃଷ୍ଟିକାରୀ ଯୋଜନା ଉପରେ ପ୍ରାଥମିକତା ଦେବା ଜରୁରୀ ବୋଲି କହି ତଳିଆ ଅଞ୍ଚଳର ଚାଷୀମାନଙ୍କ ପାଇଁ ଜଳ ଯୋଗାଣ ସୁନିଶ୍ଚିତ କରିବା ଓ ଭୂତଳ ଜଳ ରିଚାର୍ଜ ପାଇଁ ପଦକ୍ଷେପ ନେବାକୁ ଜଳ ସମ୍ପଦ ବିଭାଗକୁ ପରାମର୍ଶ ଦେଇଛନ୍ତି ପଟ୍ଟନାୟକ ।

ଏହା ବି ପଢ଼ନ୍ତୁ | ‘‘ଆତଙ୍କବାଦୀମାନଙ୍କୁ ଖୋଜି ଖୋଜି ମାରିବୁ’’: କାବୁଲରେ ବିସ୍ଫୋରଣ ପରେ କହିଲେ ଜୋ ବାଇଡେନ୍

ଜନ ସାଧାରଣ ଓ ପ୍ରାଣୀ ସମ୍ପଦ ପାଇଁ ଯେପରି ପାନୀୟ ଜଳର ଅଭାବ ନ ହୁଏ ତାହା ସୁନିଶ୍ଚିତ କରିବାକୁ ଜିଲ୍ଲା ଓ ପୌର ସଂସ୍ଥାର କର୍ତ୍ତୃପକ୍ଷମାନଙ୍କୁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ମନ୍ତ୍ରୀ । ଚାଷୀ ଓ ସାଧାରଣ ଜନତାଙ୍କ ଉପରେ ମରୁଡି଼ର ପ୍ରଭାବ କମ୍‌ କରିବା ପାଇଁ ସବୁ ପ୍ରକାର ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଛନ୍ତି ।

ଏହା ବି ପଢ଼ନ୍ତୁ | ‘‘ଆମେ ଚିତ୍କାର କଲୁ, କେହି ଶୁଣିଲେନି…’’: ପାକିସ୍ତାନରେ କାରଖାନାରେ ନିଆଁ ଲାଗିଲା; ୧୫ ଜଣ ଶ୍ରମିକ ମଲେ

‘‘ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ବୃଷ୍ଟିପାତ ୩୦ ପ୍ରତିଶତ କମ୍‌ ରହିଛି। ଧାନ ଫସଲ ପାଇଁ ସମସ୍ୟା ଦେଖା ଦେଇଥିଲେ ମଧ୍ୟ ଅଣଧାନ ଫସଲ ପାଇଁ କୌଣସି ସମସ୍ୟା ସୃଷ୍ଡି ହୋଇନାହିଁ । MGNREGAରେ ଅଧିକ କର୍ମନିଯୁକ୍ତି ସୃଷ୍ଟି ପାଇଁ ପଦକ୍ଷେପ ନିଆଯାଉଛି,’’ କହିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଏହି ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ଜଳ ସମ୍ପଦ ବିଭାଗ ନିଜସ୍ବ ବିକଳ୍ପ ଯୋଜନା ସମ୍ପର୍କରେ ମୁଖ୍ୟ ମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା ରଖିଥିଲେ।

ଏହା ବି ପଢ଼ନ୍ତୁ | ପତ୍ନୀଙ୍କ ଇଚ୍ଛା ବିରୋଧରେ ସ୍ୱାମୀ ତାଙ୍କ ସହ Sex କରିବା ବଳାତ୍କାର ନୁହେଁ: ଛତିଶଗଡ଼ ହାଇ କୋର୍ଟ

କଳାହଣ୍ଡି, ସୁନ୍ଦରଗଡ, ଅନୁଗୁଳ ଓ ରାୟଗଡ଼ା ଜିଲ୍ଲାର ଜିଲ୍ଲାପାଳମାନେ ଜିଲ୍ଲାର ପରିସ୍ଥିତି ସମ୍ପର୍କରେ ମୁଖ୍ୟ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ପାଣିପାଗ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ରାଜ୍ୟରେ ବୃଷ୍ଟିପାତ ସମ୍ପର୍କରେ ସୂଚନା ଦେଇ କହିଥିଲେ ଯେ ସେପ୍ଟେମ୍ବର ମାସରେ ସ୍ବଭାବିକ ବୃଷ୍ଟିପାତ ହୋଇ ୨୨୬.୬ ମି.ମି. ବର୍ଷା ହେବାର ସମ୍ଭାବନା ରହିଛି।



କାମଧନ୍ଦା ଅଭାବରୁ ବାହାର ରାଜ୍ୟକୁ ଯାଉଥିବା ଲୋକଙ୍କୁ ଯେପରି ରାଜ୍ୟ ଭିତରେ କାମ ଯୋଗାଇ ଦିଆଯାଇପାରିବ ସେ ସମ୍ପର୍କରେ ଏହି ବୈଠକରେ ଗୁରୁତ୍ବ ଦିଆଯାଇଥିଲା । ମୁଖ୍ୟ ମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଏହି ବୈଠକ ପରିଚାଳନା କରିଥିବା ବେଳେ ଉନ୍ନୟନ କମିଶନର୍‌ ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଏହି ବୈଠକରେ ଉପସ୍ଥିତ ଥିଲେ।
Published by: Anand S.T. Das
First published: August 31, 2021, 11:46 PM IST