ରାଜ୍ୟରେ ‘ଗୋଟିଏ ଦେଶ, ଗୋଟିଏ ରେସନ୍’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ CM ନବୀନ ପଟ୍ଟନାୟକ

ଗରିବ ଲୋକଙ୍କୁ ସ୍ବାଭିମାନର ସହ ବଞ୍ଚିବାର ଅଧିକାରରୁ କେହି ବଞ୍ଚିତ କରିପାରିବ ନାହିଁ ବୋଲି କହିଛନ୍ତି ମୁଖ୍ୟ ମନ୍ତ୍ରୀ । ମାଲକାନଗିରି ଜିଲ୍ଲାରେ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଭିଟାମିନଯୁକ୍ତ ଚାଉଳ ପ୍ରଦାନ ବି ଆରମ୍ଭ କରାଯାଇଛି ।

ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲ୍ ମାଧ୍ୟମରେ ଏହି ଦୁଇଟି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରୁଛନ୍ତି ।

ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲ୍ ମାଧ୍ୟମରେ ଏହି ଦୁଇଟି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରୁଛନ୍ତି ।

  • Share this:
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଗୁରୁବାରଠାରୁ ଓଡିଶାର ସବୁ ଜିଲ୍ଲାରେ ‘ଗୋଟିଏ ଦେଶ, ଗୋଟିଏ ରେସନ୍‌’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହା ଦ୍ବାରା ରାଜ୍ୟ ବାହାରର ଲୋକେ ଓଡି଼ଶାରେ ଓ ଓଡି଼ଶାର ଲୋକେ ରାଜ୍ୟ ବାହାରେ ନିଜ ପସନ୍ଦର ଦୋକାନରୁ ରେସନ ପାଇପାରିବେ ।

ଓଡ଼ିଶାରେ ଥିବା ୧୦,୫୭୮ଟି ସୁଲଭ ମୂଲ୍ୟ ଦୋକାନରେ ହିତାଧିକାରୀମାନେ ଏହି ସୁବିଧା ପାଇପାରିବେ । ଏହା ସହିତ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ପାଇଲଟ୍‌ ପ୍ରକଳ୍ପ ଭାବରେ ମାଲକାନଗିରି ଜିଲ୍ଲାରେ ଭିଟାମିନଯୁକ୍ତ ଚାଉଳ ପ୍ରଦାନ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରାଯାଇଛି ।

ଏହା ବି ପଢ଼ନ୍ତୁ | ପ୍ରତି ପରିବାରରୁ ଜଣେ ଲୋକକୁ କେନ୍ଦ୍ର ସରକାର ଚାକିରି ଦେଉଛନ୍ତି? ଜାଣନ୍ତୁ ଭାଇରାଲ୍ଖବରର ସତ

‘‘ସ୍ବାଭିମାନର ସହ ବଞ୍ଚିବା ସମସ୍ତଙ୍କର ଅଧିକାର । ଗରିବ ଲୋକଙ୍କୁ ଏହି ଅଧିକାରରୁ କେହି ବଞ୍ଚିତ କରିପାରିବ ନାହିଁ । ଆମର ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ଏହି ଅଧିକାରକୁ ଆମେ ସବୁବେଳେ ସମ୍ମାନ ଜଣାଇଆସିଛୁ । ଗରିବ ଲୋକଙ୍କ କଲ୍ୟାଣ ପାଇଁ ଆମର ଉଦ୍ୟମ ଜାରି ରହିବ । ଖାଦ୍ୟ ସୁରକ୍ଷା ରାଜ୍ୟ ସରକାରଙ୍କ ସବୁଠାରୁ ବଡ କଲ୍ୟାଣ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମ ଜରିଆରେ ରାଜ୍ୟର ୯୩ ଲକ୍ଷ ପରିବାର ଓ ସାଢେ ୩ କୋଟି ଲୋକ ଉପକାର ପାଉଛନ୍ତି,’’ ଏହି ଅବସରରେ ଉଦ୍‌ବୋଧନ ଦେଇ କହିଥିଲେ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟ ମନ୍ତ୍ରୀଙ୍କ ଭାଷଣ ଭର୍ଚ୍ଚୁଆଲ୍ ମାଧ୍ୟମରେ ସାରା ରାଜ୍ୟର ଲୋକେ ଶୁଣୁଛନ୍ତି ।


୨୦୦୮ରୁ ଓଡ଼ିଶା ସରକାର ଗରିବ ଲୋକଙ୍କୁ ଚାଉଳ କେଜି ପିଛା ୨ ଟଙ୍କାରେ ଓ ୨୦୧୩ରୁ କେଜି ପିଛା ୧ ଟଙ୍କାରେ ଯୋଗାଇ ଆସୁଛନ୍ତି । ଗରିବ ଲୋକଙ୍କ ଖାଦ୍ୟ ସୁରକ୍ଷା ଉପରେ ସରକାରଙ୍କ ଗୁରୁତ୍ବ ଉପରେ ଆଲୋକପାତ କରି ମୁଖ୍ୟ ମନ୍ତ୍ରୀ କହିଥିଲେ, ‘‘ମୁଁ ସବୁବେଳେ କହିଆସିଛି ଯେ ଜଣେ ବି ଗରିବ ଲୋକ ଯେପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ନ ହୁଏ ତାହା ଆମର ଲକ୍ଷ୍ୟ ।’’

ଏହା ବି ପଢ଼ନ୍ତୁ | Modiଙ୍କ ମନ୍ତ୍ରୀମଣ୍ଡଳ ବିସ୍ତାର କେମିତି ହୋଇଥିଲା: ଗୋଟିଏ ଫୋନ୍ କଲ୍, ଆଉ ସଙ୍ଗେ ସଙ୍ଗେ ୧୧ ମନ୍ତ୍ରୀ ଇସ୍ତଫା ଦେଇଦେଲେ

କୋଭିଡ ମହାମାରୀ ସମୟରେ ଗରିବ ଲୋକଙ୍କ ପାଇଁ ରାଜ୍ୟ ସରକାରଙ୍ ନେଇଥିବା ପଦକ୍ଷେପଗୁଡ଼ିକ ସମ୍ପର୍କରେ ସୂଚାଇ ମୁଖ୍ୟ ମନ୍ତ୍ରୀ କହିଥିଲେ ଯେ କୋଭିଡ ମହାମାରୀ ବହୁ ଲୋକଙ୍କର, ବିଶେଷକରି ଗରିବ ଲୋକଙ୍କର, ରୋଜଗାର ଉପରେ ଗଭୀର ପ୍ରଭାବ ପକାଇଛି । ତେଣୁ ଗରିବ ଲୋକଙ୍କ ରୋଜଗାର ପାଇଁ, ମୁଖ୍ୟତଃ ଚାଷୀ, ମହିଳା ଓ ଶ୍ରମିକମାନଙ୍କ ପାଇଁ, ରାଜ୍ୟ ସରକାର ୨,୦୦୦ କୋଟି ଟଙ୍କାର ସହାୟତା ଦେଇଛନ୍ତି । ସରକାରଙ୍କ ଏହି ସବୁ କାର୍ଯ୍ୟକ୍ରମ ଗରିବ ଲୋକଙ୍କ ସାମାଜିକ ସ୍ଥିତିରେ ଉନ୍ନତି ଆଣିଛି ବୋଲି ସେ କହିଥିଲେ ।

ଏହା ବି ପଢ଼ନ୍ତୁ | ବୈଷ୍ଣୋ ଦେବୀଙ୍କ ଛବି ଥିବା ୧୦ ଟଙ୍କିଆ ମୁଦ୍ରା ଅଛି? ତାକୁ ବିକିଲେ ଆପଣ ୧୦ ଲକ୍ଷ ଟଙ୍କା ପାଇବେ

‘ଗୋଟିଏ ଦେଶ, ଗୋଟିଏ ରେସନ୍‌’ କାର୍ଯ୍ୟକ୍ରମର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ଲୋକଙ୍କ ଖାଦ୍ୟ ସୁରକ୍ଷା ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ । ଖାଦ୍ୟ ସୁରକ୍ଷାରେ ଓଡିଶା ଦେଶର ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି ବୋଲି କହି ସେ ଏ ଦିଗରେ ମୁଖ୍ୟ ମନ୍ତ୍ରୀଙ୍କ ଦୃଢ ନେତୃତ୍ବକୁ ପ୍ରଶଂସା କରିଥିଲେ ।

ଏହା ବି ପଢ଼ନ୍ତୁ ଦେଖନ୍ତୁ ଫଟୋ | ‘‘୧୪ ବର୍ଷ ବୟସରେ ମୋ ଯୌନ ଶୋଷଣ ହୋଇଥିଲା,’’ କହିଲେ ଆମିର୍ ଖାନଙ୍କ ଝିଅ ଇରା ଖାନ୍

ମାଲକାନଗିରିଠାରେ ଉପସ୍ଥିତ ରହି ରାଜ୍ୟ କ୍ରୀଡା ଓ ଯୁବ ସେବା ତଥା ଇଲକ୍ଟ୍ରୋନିକ୍ସ ଓ ଆଇ.ଟି. ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଥିଲେ ଯେ ଭିଟାମିନଯୁକ୍ତ ଚାଉଳ ମାଲକାନଗିରିର ଜନସାଧାରଣଙ୍କ ପୁଷ୍ଟି ସୁରକ୍ଷାରେ ସହାୟକ ହୋଇପାରିବ । ସେ ଗରିବ ଓ ଆଦିବାସୀମାନଙ୍କ କଲ୍ୟାଣ ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ଦୂରଦୃଷ୍ଟିମୂଳକ ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ ।



‘‘ମୁଖ୍ୟ ମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ବ ଯୋଗୁଁ ଓଡିଶା ଆଜି ଅନେକ କାର୍ଯ୍ୟକ୍ରମରେ ସାରା ଦେଶରେ ଅନ୍ୟ ରାଜ୍ୟମାନଙ୍କ ପାଇଁ ଆଦର୍ଶ ହୋଇପାରିଛି । ଓଡି଼ଶାର ମୁଖ୍ୟ ମନ୍ତ୍ରୀ ଯାହା ଆଜି କରୁଛନ୍ତି ସାରା ଦେଶ ତାକୁ କାଲି ଗ୍ରହଣ କରୁଛି,’’ କହିଥିଲେ ମନ୍ତ୍ରୀ ଅଶୋକ ପଣ୍ଡା ।
Published by:Anand ST Das
First published:
)}