ଓଡ଼ିଶା ଗସ୍ତରେ ନୀତି ଆୟୋଗ ଉପାଧକ୍ଷ; ପରିଚାଳନା ବୈଠକ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ନୀତି ଆୟୋଗ ସପ୍ତମ ପରିଚାଳନା ପରିଷଦ ବୈଠକରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ନୀତି ଆୟୋଗ ଉପାଧ୍ୟକ୍ଷ । ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା କାର୍ଯ୍ୟଗୁଡ଼ିକର ସଫଳତାକୁ ନେଇ ପ୍ରଶଂସା କରିଥିଲେ । 

ଓଡ଼ିଶା ଗସ୍ତରେ ନୀତି ଆୟୋଗ ଉପାଧକ୍ଷ; ପରିଚାଳନା ବୈଠକ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଓଡ଼ିଶା ଗସ୍ତରେ ନୀତି ଆୟୋଗ ଉପାଧକ୍ଷ; ପରିଚାଳନା ବୈଠକ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

  • Share this:
News 18 Odia  Digital

ଭୁବନେଶ୍ୱର; ନୀତି ଆୟୋଗ ଉପାଧ୍ୟକ୍ଷ ସୁମନ କୁମାର ବେରୀ, ନୀତି ଆୟୋଗ ସଦସ୍ୟ ଭି.କେ ପଲଙ୍କ ସମେତ ଅନ୍ୟ ସଦସ୍ୟ ଓଡ଼ିଶା ଗସ୍ତରେ ଆସିଛନ୍ତି । ସରକାରୀ ଗସ୍ତ ସମୟରେ ବିଭିନ୍ନ କାର୍ଯ୍ୟକ୍ରମ ରେ ଯୋଗ ଦେଇଛନ୍ତି । ଆୟୋଗର ଉପାଧ୍ୟକ୍ଷ ଓ ସଦସ୍ୟମାନେ ଆଜି ସକାଳେ ଭୁବନେଶ୍ୱରସ୍ଥ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରିଥିଲେ । ତା’ପରେ ସେମାନେ ମହିଳାମାନଙ୍କ ଦ୍ୱାରା ପରିଚାଳିତ ଏକ ଉଦ୍ୟୋଗ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ୫-ଟି ରୂପାନ୍ତରିତ ହୋଇଥିବା ଉଚ୍ଚବିଦ୍ୟାଳୟ, ଅଙ୍ଗନବାଡ଼ି କେନ୍ଦ୍ର ଏବଂ ପିପିଲିଠାରେ ଥିବା ସୁସ୍ଥତା କେନ୍ଦ୍ର ଇତ୍ୟାଦି ସହ ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ କରାଯାଇଥିବା ବିକାଶମୂଳକ କାର୍ଯ୍ୟକ୍ରମଗୁଡ଼ିକୁ ନିରୀକ୍ଷଣ କରିଥିଲେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ନୀତି ଆୟୋଗର ଉପାଧ୍ୟକ୍ଷ ସୁମନ କୁମାର ବେରୀ । ସାକ୍ଷାତ ଆଲୋଚନା ଅବସରରେ ଆସନ୍ତା ଅଗଷ୍ଟ ୭ ତାରିଖରେ ନୂଆଦିଲ୍ଲୀ ଠାରେ ହେବାକୁ ଥିବା ଆୟୋଗର ସପ୍ତମ ପରିଚାଳନା ପରିଷଦ ବୈଠକରେ ଯୋଗ ଦେବାଲାଗି ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ସମୟରେ ରାଜ୍ୟର ଦୀର୍ଘ ଦିନର ଦାବି ଉପସ୍ଥାପନ କରିଥିଲେ । ବ୍ୟାଙ୍କିଙ୍ଗ,ରେଳବାଇ,ଟେଲିକମ ସେବା ଆଦି ବାବଦରେ ମୁଖ୍ୟମନ୍ତ୍ରୀ ଅବଗତ କରାଇଥିଲେ। ଏହା ସହ ନିତି ଆୟୋଗର ଉପାଧ୍ୟକ୍ଷ ଓଡ଼ିଶାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଏବଂ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନଙ୍କୁ ନେଇ ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିଲା ।

ରାଜ୍ୟ ସରକାରଙ୍କ ତରଫରୁ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଦ୍ୱାରା ଏକ ପାୱାର ପଏଣ୍ଟ ଉପସ୍ଥାପନ କରାଯାଇଥିଲା ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଅଶୋକ କୁମାର ମୀନା ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ସଫଳତା ଉପରେ ଆଲୋକପାତ କରିଥିଲେ । ନୀତି ଆୟୋଗର ଉପାଧ୍ୟକ୍ଷ ଏବଂ ସଦସ୍ୟ ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା କାର୍ଯ୍ୟଗୁଡ଼ିକର ସଫଳତାକୁ ନେଇ ପ୍ରଶଂସା କରିଥିଲେ । ରାଜ୍ୟ ସରକାରଙ୍କ ଦ୍ୱାରା ବିକାଶମୂଳକ କାର୍ଯ୍ୟ ନିମନ୍ତେ ନିଆଯାଉଥିବା ଉଦ୍ୟମଗୁଡ଼ିକୁ ସେମାନେ ନିରୀକ୍ଷଣ କରିବା ସହ ସଫଳତା ନିମନ୍ତେ ଆଶ୍ୱାସନା ଦେଇଥିଲେ ।
Published by:Soubhagya Mishra
First published: