ଗାଡ଼ି ସ୍କ୍ରାପିଂ ପଲିସିକୁ ମଞ୍ଜୁରୀ ଦେଲା ଓଡ଼ିଶା କ୍ୟାବିନେଟ୍; ଜାଣନ୍ତୁ ପୁରା ଖବର

ଯାନବାହନ ଜନିତ ବାୟୁ ପ୍ରଦୁଷଣ କମ୍‌ କରିବାରେ ଏହି ନୀତି ପ୍ରମୁଖ ଭୂମିକା ଗ୍ରହଣ କରିବ। ଏହାଦ୍ବାରା ୧୫ ବର୍ଷ ପୂରଣ କରିଥିବା ସମସ୍ତ ପୁରୁଣା ଗାଡିକୁ ସ୍କ୍ରାପିଂ କେନ୍ଦ୍ରରେ ସ୍କ୍ରାପ କରିବାକୁ ପଡିବ।

ଗାଡ଼ି ସ୍କ୍ରାପିଂ ପଲିସି

ଗାଡ଼ି ସ୍କ୍ରାପିଂ ପଲିସି

  • News18 Odia
  • Last Updated :
  • New Delhi, India
  • Share this:
News 18 Odia Digital

ଭୁବନେଶ୍ୱର: ମଙ୍ଗଳବାର ବସିଥିବା ରାଜ୍ୟ କ୍ୟାବିନେଟ ୧୭ଟି ପ୍ରସ୍ତାବ କୁ ଅନୁମୋଦନ ଦେଇଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ ୧୨ ଟି ବିଭାଗର ୨୭ ଟି ପ୍ରସ୍ତାବକୁ ଅନୁମୋଦନ ଦେଇଛି। ବିଧାନସଭା ଚାଲିଥିବାରୁ ଆଜି ଗୃହରେ କ୍ୟାବିନେଟ ନିଷ୍ପତି ବାବଦରେ ଘୋଷଣା କରିଛନ୍ତି ରାଜସ୍ବ ମନ୍ତ୍ରି ପ୍ରମିଳା ମଲ୍ଲିକ। ଓଡ଼ିଶା ପୋଷାକ ଓ ବୈଷୟିକ ବୟନଶିଳ୍ପ ନୀତି-୨୦୨୨ କ୍ୟାବିନେଟରେ ଅନୁମୋଦନ ଲାଭ କରିଛି ।ଏହି ନୀତି ଓଡ଼ିଶାରେ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହିତ ଆନୁସଂଗିକ ଶିଳ୍ପ ପ୍ରତିଷ୍ଠାରେ ସହାୟକ ହେବ।

ଏହି ନୀତିରେ ପୁଞ୍ଜି ବିନିଯୋଗ ସହାୟତା, ନିଯୁକ୍ତି ସହାୟତା ତଥା ବଜାର ବିକାଶ ସହାୟତା ନିମନ୍ତେ ପ୍ରୋତ୍ସାହନର ବ୍ୟବସ୍ଥା ରଖାଯାଇଛି । ଓଡ଼ିଶା କାରଖାନା ଓ ବାଷ୍ପିତ୍ର ନିରୀକ୍ଷଣ ସେବା (ନିଯୁକ୍ତି ଓ ସେବା ସର୍ତ୍ତାବଳୀ ସଂଶୋଧନ ନିୟମାବଳୀ-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହି ସେବାର ମୂଳ ପଦବୀ ଆସିଷ୍ଟାଣ୍ଟ ଡାଇରେକ୍ଟର ଚୟନ ଲାଗି ଲିଖିତ ଓ ସାକ୍ଷାତକାର ପରୀକ୍ଷା ଲୋକସେବା ଆୟୋଗ ଦ୍ବାରା କରାଯିବ । ଓଡ଼ିଆ ଚଳଚ୍ଚିତ୍ର ‘ଦମନ’କୁ ଟିକସମୁକ୍ତ କରିବା ପାଇଁ ପୂର୍ବ ନିଷ୍ପତ୍ତି କ୍ୟାବିନେଟ ଦ୍ବାରା ଅନୁମୋଦନ ଲାଭ କରିଛି।

ନୂତନ ପର୍ଯ୍ୟଟନ ନୀତି-୨୦୨୨କୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜି ବିନିଯୋଗକୁ ପୋତ୍ସାହିତ କରାଯିବା ସହିତ ମେଡିକାଲ ଟୁରିଜିମ୍‌କୁ ପର୍ଯ୍ୟଟନ ଉଦ୍ୟୋଗ ଭାବେ ଅନୁମୋଦନ ଦେବା ପାଇଁ ବ୍ୟବସ୍ଥା ରହିଛି । ବିଭିନ୍ନ ପଦବୀରେ ଭର୍ତ୍ତି ନିମନ୍ତେ ଥିବା ଶାରୀରିକ ମାନକ ମାପ ଏବଂ ଶାରୀରିକ ଦକ୍ଷତା ପରୀକ୍ଷା ପାଇଁ ସମନ୍ବିତ ନିଯୁକ୍ତି ପ୍ରକ୍ରିୟାର ନିୟମାବଳୀ-୨୦୨୨କୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ରାଜ୍ୟ ସରକାରଙ୍କ ଅଧୀନରେ ଥିବା ‘ଖ’ ଓ ‘ଗ’ ବର୍ଗ ଅନ୍ତର୍ଗତ ବିଭିନ୍ନ ପଦବୀର ନିଯୁକ୍ତି ପ୍ରକ୍ରିୟାକୁ ସୁବ୍ୟବସ୍ଥିତ କରିବା ଏହାର ଲକ୍ଷ୍ୟ।

ରାଜ୍ୟ କ୍ୟାବିନେଟ ଏକ ନୂତନ Registered Vehicle Scrapping Facility Policy-୨୦୨୨କୁ ଅନୁମୋଦନ କରିଛି । ଯାନବାହନ ଜନିତ ବାୟୁ ପ୍ରଦୁଷଣ କମ୍‌ କରିବାରେ ଏହି ନୀତି ପ୍ରମୁଖ ଭୂମିକା ଗ୍ରହଣ କରିବ। ଏହାଦ୍ବାରା ୧୫ ବର୍ଷ ପୂରଣ କରିଥିବା ସମସ୍ତ ପୁରୁଣା ଗାଡିକୁ ସ୍କ୍ରାପିଂ କେନ୍ଦ୍ରରେ ସ୍କ୍ରାପ କରିବାକୁ ପଡିବ। ସ୍କ୍ରାପିଂ କରିଥିବା ବ୍ୟକ୍ତିମାନଙ୍କୁ ନୂଆ ଗାଡି କିଣିବା ପାଇଁ ପ୍ରୋତ୍ସାହନର ବ୍ୟବସ୍ଥା ରହିଛି।

ଓଡ଼ିଶା ଅକ୍ଷୟ ଶକ୍ତି ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହି ନୀତି ଜରିଆରେ ୨୦୩୦ ସୁଦ୍ଧା ରାଜ୍ୟରେ ବିଭିନ୍ନ ଉତ୍ସରୁ ପ୍ରାୟ ୧୧ ହଜାର ମେଗାୱାଟ ଅକ୍ଷୟ ଶକ୍ତି କ୍ଷମତା ହାସଲ କରିବାକୁ ଲକ୍ଷ୍ୟ ରଖାଯାଇଛି । ଶିଳ୍ପ ନୀତି-୨୦୨୨କୁ ମଧ୍ୟ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି। ରାଜ୍ୟରେ ବଡ ଧରଣର ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଓଡ଼ିଶାକୁ ପୂର୍ବ ଭାରତର ଶିଳ୍ପ ହବ୍ କରିବା ଉପରେ ଏଥିରେ ଗୁରୁତ୍ବ ଆରୋପ କରାଯାଇଛି ।

ଓଡ଼ିଶା ରପ୍ତାନୀ ପଲିସି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି। ଏହି ନୀତି ଅନୁଯାୟୀ ରପ୍ତାନୀ ପ୍ରତିଯୋଗିତାରେ ଉନ୍ନତି ଆଣିବା ସହ ଓଡ଼ିଶାକୁ ଭାରତର ୫ଟି ଶ୍ରେଷ୍ଠ ରାଜ୍ୟରେ ସାମିଲ କରିବା ଏବଂ ୨୦୨୬-୨୭ ସୁଦ୍ଧା ୩.୫ ଲକ୍ଷ କୋଟି ଟଙ୍କାର ରପ୍ତାନୀ ଲକ୍ଷ୍ୟ ରଖାଯାଇଛି। ଓଡ଼ିଆଶା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଆସିଥିବା ବିଶୁଦ୍ଧ ପାନୀୟ ଜଳଯୋଗାଣ ସଂକ୍ରାନ୍ତୀୟ ଦୁଇଟି ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ତଦନୁଯାୟୀ ଗଞ୍ଜାମ ଜିଲ୍ଲାର ପାତ୍ରପୁର, ଚିକିଟି, ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ୍‌ର ୬୩ଟି ପଞ୍ଚାୟତ ଓ ୪୭୯ଟି ଗ୍ରାମରେ ଜେ.ଜେ.ଏମ୍‌ ଯୋଜନାରେ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିନିମନ୍ତେ ୩୮୬ କୋଟି ୯୬ ଲକ୍ଷ ୪୦ ହଜାର ୫ ଟଙ୍କାର ସର୍ବନିମ୍ନ ନିବିଦାକୁ କ୍ୟାବିନେଟ ଅନୁମୋଦନ କରିଛି ।
Published by:Soumyashree Mishra
First published: