News18 Odia Digital
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ୟାସର ଗତିପଥ ବିଷୟରେ ଏ ପର୍ଯ୍ୟନ୍ତ ସବିଶେଷ ସୂଚନା ମିଳି ନ ଥିଲେ ମଧ୍ୟ ଓଡ଼ିଶା ପ୍ରଶାସନ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ହୋଇ ରହିଛି । ଶନିବାର ସନ୍ଧ୍ୟାରେ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫେରେନସିଂ ଜରିଆରେ ଏହି ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତି ବିଷୟରେ ବୁଝିଛନ୍ତି ଓ ଜନସାଧାରଣଙ୍କ ଜୀବନର ସୁରକ୍ଷା ଉପରେ ଗୁରୁତ୍ବ ଦେଇ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।
‘‘ସବୁ ବିପର୍ଯ୍ୟୟ ପରିଚାଳନା ପାଇଁ ଆମର ଏକ ମାତ୍ର ସିଦ୍ଧାନ୍ତ ହେଉଛି ‘ସବୁ ଜୀବନ ମୂଲ୍ୟବାନ’। ତେଣୁ ବର୍ତ୍ତମାନ ପରିସ୍ଥିତିରେ ଆମର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ହେଉଛି ତଳିଆ ଅଞ୍ଚଳରେ ଏବଂ ବିପଦସଂକୁଳ ବାସସ୍ଥାନରେ ରହୁଥିବା ଲୋକଙ୍କ ସ୍ଥାନାନ୍ତର କରିବା । ଜିଲ୍ଲାପାଳ ଓ ଏସ୍.ପି.ମାନେ ଏହି କାର୍ଯ୍ୟକୁ ବ୍ୟକ୍ତିଗତ ଭାବେ ତଦାରଖ କରନ୍ତୁ,’’ ଏହି ବୈଠକରେ କହିଛନ୍ତି ମୁଖ୍ୟ ମନ୍ତ୍ରୀ । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ଏହି ବାତ୍ୟା ପ୍ରସ୍ତୁତି କାର୍ଯ୍ୟକ୍ରମର ନିୟମିତ ମନିଟରିଂ କରି ଜିଲ୍ଲା ପ୍ରଶାସନକୁ ଆବଶ୍ୟକ ପରାମର୍ଶ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।
ଏହା ବି ପଢ଼ନ୍ତୁ ଓ ଦେଖନ୍ତୁ VIDEO | ବାତ୍ୟା ପରେ ମୁମ୍ବାଇ କାନ୍ଦୁଛି, ହେଲେ ଏହି ଅଭିନେତ୍ରୀ ବର୍ଷାରେ ନାଚୁଛନ୍ତି! VIDEO ଦେଖି ଲୋକେ ଖପା‘‘ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଉ ଦୁଇ ଦିନ ମଧ୍ୟରେ ବଙ୍ଗୋପ ସାଗରରେ ବାତ୍ୟା ୟାସର ସୃଷ୍ଟି ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ସୁଦ୍ଧା ଏହାର ଗତିପଥ ଠିକ୍ ଭାବରେ ନିର୍ଣ୍ଣୟ ହୋଇନାହିଁ । ତେଣୁ ଆମର ସମସ୍ତ ଉପକୂଳବର୍ତ୍ତୀ ଓ ଏହାର ଆଖପାଖ ଜିଲ୍ଲାଗୁଡିକ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ରହି ପ୍ରବଳ ବର୍ଷା ଓ ପବନ ପାଇଁ ସବୁ ପ୍ରକାର ସତର୍କତାମୂଳକ ପଦକ୍ଷେପ ନେବା ଉଚିତ,’’ କହିଛନ୍ତି ମୁଖ୍ୟ ମନ୍ତ୍ରୀ ।

ଶୁକ୍ରବାର ଦିନ କଟକ ଓ ଭୁବନେଶ୍ୱର ଉପରେ ଆକାଶରେ କାଳବୈଶାଖୀ ଗତିବିଧିର ଦୃଶ୍ୟ
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ବାତ୍ୟାର ମୁକାବିଲା ପାଇଁ ନିୟମିତ ଭାବେ ପ୍ରସ୍ତୁତି ବୈଠକ କରାଯାଉଛି । ସମସ୍ତ ସମ୍ପୃକ୍ତ ବିଭାଗ ଏଥି ପାଇଁ ପ୍ରସ୍ତୁତ ରହିଛନ୍ତି । ଲୋକଙ୍କ ସ୍ଥାନାନ୍ତର ପାଇଁ ଆଶ୍ରୟ ସ୍ଥଳଗୁଡିକୁ ପ୍ରସ୍ତୁତ ରଖାଯାଇଛି । ଜଳ ଓ ବିଦ୍ୟୁତ ଯୋଗାଣ ପୁନଃସ୍ଥାପନ ପାଇଁ ଆବଶ୍ୟକ ଟିମ୍ ଓ ଯନ୍ତ୍ରପାତି ମଧ୍ୟ ପ୍ରସ୍ତୁତ ରଖାଯାଇଛି ବୋଲି ସେ କହିଥିଲେ ।
ଏହା ବି ପଢ଼ନ୍ତୁ | COVID 19: ମୁକେଶ ଓ ନୀତା ଅମ୍ବାନୀ Reliance Foundation ହସପିଟାଲରେ ସୁବିଧା ଆହୁରି ବଢ଼ାଇଲେ‘‘ରବିବାର ସନ୍ଧ୍ୟା ସୁଦ୍ଧା ବାତ୍ୟାର ଗତିପଥ ସମ୍ପର୍କରେ ସଠିକ ସୂଚନା ମିଳିବ। ବାତ୍ୟାର ମୁକାବିଲା ପାଇଁ ସବୁ ପ୍ରକାର ପ୍ରସ୍ତୁତି କରାଯାଇଛି। ୨୨ଟି NDRF ଟିମ୍, ୬୬ଟି ODRAF ଟିମ୍ ଓ ୧୭୭ଟି ଅଗ୍ନିଶମ ସେବା ଟିମ୍ ଆଦି ଉଦ୍ଧାର କାର୍ଯ୍ୟ ପାଇଁ ପ୍ରସ୍ତୁତ ରହିଛନ୍ତି । ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳ ସହିତ ଲୋକଙ୍କ ସ୍ଥାନାନ୍ତର ପାଇଁ ଅତିରିକ୍ତ ଆଶ୍ରୟ ସ୍ଥଳ ମଧ୍ୟ ଚିହ୍ନଟ କରାଯାଇଛି । ସବୁ ସ୍ଥାନାନ୍ତର କ୍ଷେତ୍ରରେ କୋଭିଡ ନିୟମାବଳୀର ପାଳନ କରାଯିବ,’’ ଏହି ବୈଠକରେ ଏକ ଉପସ୍ଥାପନା ରଖି କହିଥିଲେ ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର (ଏସ୍.ଆର୍.ସି.) ପ୍ରଦୀପ୍ତ ଜେନା ।
ଏହା ବି ପଢ଼ନ୍ତୁ ଓ ଦେଖନ୍ତୁ VIDEO | PM ମୋଦିଙ୍କ ଆଖିରେ ଲୁହ ଆସିଲା; ‘‘ଭାଇରସ୍ ଆମର ଅନେକ ପ୍ରିୟଜନଙ୍କୁ ଆମଠାରୁ ଦୂରେଇ ନେଇଛି’’
ସ୍ୱତନ୍ତ୍ର ରିଲିଫ କମିଶନର୍ (ଏସ୍.ଆର୍.ସି.) ପ୍ରଦୀପ ଜେନା (ଫାଇଲ୍ ଫଟୋ)
ଟେଲିକମ୍ ଓ ବିଦ୍ୟୁତ ବିଭାଗକୁ ତୁରନ୍ତ ପୁନଃସଂଯୋଗ ପାଇଁ ପ୍ରସ୍ତୁତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜୁନ୍ ପ୍ରଥମ ସପ୍ତାହ ମଧ୍ୟରେ ପ୍ରସବ ସମ୍ଭାବନା ଥିବା ସମସ୍ତ ଗର୍ଭବତୀ ମହିଳାଙ୍କୁ ହସପିଟାଲକୁ ନେବା ପାଇଁ ଜିଲ୍ଲାଗୁଡିକୁ ପରାମର୍ଶ ଦିଆଯାଇଛି ବୋଲି କହିଥିଲେ ଜେନା ।
ଏହା ବି ପଢ଼ନ୍ତୁ | ମୋଦୀଙ୍କ ବୈଠକରେ ମୁଖ୍ୟ ମନ୍ତ୍ରୀମାନଙ୍କୁ କହିବାକୁ ଦିଆଗଲାନି, କଣ୍ଢେଇ ପରି ବସି ରହିଲେ: ମମତାଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା ଅକ୍ସିଜେନ ଯୋଗାଣ ସମ୍ପର୍କରେ ସୂଚନା ଦେଇ କହିଥିଲେ ଯେ ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ ମହଜୁଦ ରଖିବା ପାଇଁ ବ୍ୟବସ୍ଥା କରାଯାଇଛି । ସବୁ ରିଫିଲିଂ ଷ୍ଟେସନକୁ ଅତିରିକ୍ତ ଡିଜି ସେଟ୍ ଦିଆଯାଇଛି ଓ ଜିଲ୍ଲାଗୁଡିକ ସବୁ ଅକ୍ସିଜେନ ସିଲିଣ୍ଡରଗୁଡିକୁ ଆଗୁଆ ରିଫିଲିଂ କରି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଥିଲେ । ବାତ୍ୟାର ସମ୍ଭାବନା ଥିଲେ ମଧ୍ୟ ଅନ୍ୟ ରାଜ୍ୟ ଗୁଡିକୁ ପୂର୍ବ ପରି ଅକ୍ସିଜେନ ଯୋଗାଣ ଜାରି ରହିବ ବୋଲି ସେ କହିଥିଲେ ।
ଏହି ବୈଠକରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳମାନେ ସେମାନଙ୍କ ପ୍ରସ୍ତୁତି ବିଷୟରେ ସୂଚନା ଦେଇଥିଲେ । ବାଲେଶ୍ବରରେ ୧,୨୨୩ଟି ଆଶ୍ରୟ ସ୍ଥଳ ଚିହ୍ନଟ କରାଯାଇଥିବା ବେଳେ ଭଦ୍ରକରେ ୭୦୦ଟି, କେନ୍ଦ୍ରାପଡାରେ ୯୭୦ଟି ଓ ଜଗତସିଂହପୁରରେ ୨୨୩ଟି ଆଶ୍ରୟ ସ୍ଥଳ ଚିହ୍ନଟ କରି ରଖାଯାଇଛି ବୋଲି ସୂଚନା ଦିଆଯାଇଥିଲା । ଏହା ସହିତ ଅକ୍ସିଜେନ ବ୍ୟବସ୍ଥା, ଉଦ୍ଧାର କାର୍ଯ୍ୟ, ଖାଦ୍ୟ ଓ ଔଷଧ ଆଦି ସବୁ ଆବଶ୍ୟକୀୟ ପ୍ରସ୍ତୁତି କରାଯାଇଛି ବୋଲି ଜିଲ୍ଲାପାଳମାନେ ସୂଚନା ଦେଇଥିଲେ । ଗର୍ଭବତୀ ମହିଳାମାନଙ୍କ ସ୍ଥାନାନ୍ତର ଓ ଚିକିତ୍ସା ପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯାଉଛି ବୋଲି ସେମାନେ କହିଥିଲେ ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।