ହୋମ୍ » ଓଡ଼ିଶା ନ୍ୟୁଜ୍ » ଓଡ଼ିଶା»ରାଜ୍ୟରେ ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ଛାଡ ହେବ ସ୍କୁଲ ଫି'; ୭ ଟି ସ୍ଲାବ୍‌ରେ କୋହଳ କରାଯିବ

ରାଜ୍ୟରେ ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ଛାଡ ହେବ ସ୍କୁଲ ଫି'; ୭ ଟି ସ୍ଲାବ୍‌ରେ କୋହଳ କରାଯିବ

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ହାଇ କୋର୍ଟରେ ଦାଖଲ ହୋଇଥିବା ରିପୋର୍ଟ ଆଧାରରେ ହିଁ ୭ଟି ସ୍ଲାବ୍ ରେ ଫି’ କୋହଳ କରାଯିବ । ଏଥିସହ ପରିବହନ ଓ ଖାଦ୍ୟ ବାବଦ ଖର୍ଚ୍ଚ ମନଇଚ୍ଛା ସ୍କୁଲ ପକ୍ଷରୁ ଆଦାୟ କରାନଯାଇ ପ୍ରକୃତ ସ୍ଥିତିକୁ ଦେଖି ପଦକ୍ଷେପ ନେବାକୁ କୁହାଯାଇଛି ।

ରାଜ୍ୟରେ ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ଛାଡ ହେବ ସ୍କୁଲ ଫି'; ୭ ଟି ସ୍ଲାବ୍‌ରେ କୋହଳ କରାଯିବ
ମନ୍ତ୍ରୀ ସମୀର ରଞ୍ଜନ ଦାଶ; (ଡାହାଣ) ଏକ ସ୍କୁଲ୍ ଶ୍ରେଣୀର ଫାଇଲ୍ ଫଟୋ
  • News18 Odia
  • Last Updated: January 20, 2021, 10:38 AM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital
ଭୁବନେଶ୍ବର: ରାଜ୍ୟରେ ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ସ୍କୁଲ ଫି’ ଛାଡ଼ ହେବ । ଏହାକୁ ନେଇ ଖୁବ ଶୀଘ୍ର ଏକ କାର୍ଯ୍ୟକାରୀ ସ୍ବାକ୍ଷରିତ ଚୁକ୍ତିପତ୍ର ହେବ । ଘରୋଇ ଅନୁଦାନ ଓ ଅଣଅନୁଦାନପ୍ରାପ୍ତ ସ୍କୁଲରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ସ୍କୁଲ ଫି’ କୋହଳ କରିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ହାଇ କୋର୍ଟରେ ଦାଖଲ ହୋଇଥିବା ରିପୋର୍ଟ ଆଧାରରେ ‌ହିଁ ୭ ଟି ସ୍ଲାବ୍‌ରେ ଫି’ କୋହଳ କରାଯିବ । ଏଥିସହ ପରିବହନ ଓ ଖାଦ୍ୟ ବାବଦ ଖର୍ଚ୍ଚ ମନଇଚ୍ଛା ସ୍କୁଲ ପକ୍ଷରୁ ଆଦାୟ କରା ନ ଯାଇ ପ୍ରକୃତ ସ୍ଥିତିକୁ ଦେଖି ପଦକ୍ଷେପ ନେବାକୁ କୁହାଯାଇଛି ।

ହାଇ କୋର୍ଟଙ୍କ ରାୟ ଆସିବା ପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ବ୍ୟାପକ ଆଲୋଚନା, ପର୍ଯ୍ୟାଲୋଚନା ପରେ ସରକାରଙ୍କ ପରାମର୍ଶ କ୍ରମେ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି ।

୨୦୨୦-୨୧ ଶିକ୍ଷାବର୍ଷ ଲାଗି କୌଣସି ବି ବିଦ୍ୟାଳୟ ଫି’ ବୃଦ୍ଧି କରିପାରିବେ ନାହିଁ । ହଷ୍ଟେଲ ଫି’ ୩୦% ଛାଡ଼ ହେବ। ସ୍କୁଲ ନ ଖୋଲିବା ପର୍ଯ୍ୟନ୍ତ ଆକ୍ଟିଭିଟି ଫି, ଲଣ୍ଡ୍ରି ଫି, ଏକ୍ସଟର୍ନାଲ ଏକ୍‌ଜାମ ଫି, ୟୁନିଫର୍ମ ଫି, କନଭେୟାନ୍ସ ଫି, ରିଆଡମିସନ୍ ଫି’, ଡେଭଲପମେଣ୍ଟ ଫି, ଆନୁଆଲ ଫି ଆଦାୟ ନ କରିବାକୁ କୁହାଯାଇଛି।

ରିପୋର୍ଟ ଅନୁଯାୟୀ ସାତଟି ସ୍ଲାବ ଅଧୀନରେ ଏହି ଛାଡ କରାଯାଇପାରେ

ରାଜ୍ୟରେ ୨୦୨୦-୨୧ ଶିକ୍ଷାବର୍ଷ ଲାଗି କୌଣସି ବିଦ୍ୟାଳୟ ନିଜର ଫି’ ବୃଦ୍ଧି କରିପାରିବେ ନାହିଁ । ୨୦୨୦-୨୧ ଶିକ୍ଷାବର୍ଷ ଲାଗି କୌଣସି ବି ବିଦ୍ୟାଳୟ ଫି’ ବୃଦ୍ଧି କରିପାରିବେ ନାହିଁ। ହଷ୍ଟେଲ ଫି’ ୩୦% ଛାଡ଼ ହେବ। ସ୍କୁଲ ନ ଖୋଲିବା ପର୍ଯ୍ୟନ୍ତ ଆକ୍ଟିଭିଟି ଫି, ଲଣ୍ଡ୍ରି ଫି, ଏକ୍ସଟର୍ନାଲ ଏକ୍‌ଜାମ ଫି, ୟୁନିଫର୍ମ ଫି, କନଭେୟାନ୍ସ ଫି, ରିଆଡମିସନ୍ ଫି’, ଡେଭଲପମେଣ୍ଟ ଫି, ଆନୁଆଲ ଫି ଆଦାୟ ନ କରିବାକୁ କୁହାଯାଇଛି ।

"କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ନିଷ୍ପତ୍ତି ନେଇଛୁ । ସମସ୍ତେ ଏହାକୁ ମାନିବେ ବୋଲି ଆଶା କରୁଛୁ ଓ ସମସ୍ତେ ଏହାକୁ ମାନିବାକୁ ଅନୁରୋଧ," କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।
Published by: Jagdish Barik
First published: January 20, 2021, 10:37 AM IST