News 18 Odia Digital
ଭୁବେନେଶ୍ୱର: ଚଳିତ ବର୍ଷ ପ୍ରକାଶ ପାଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ରେଜଲ୍ଟ । ୧୨ଟି ବୈଷୟିକ ଓ ବୃତ୍ତିଗତ ପାଠ୍ୟକ୍ରମ ପାଇଁ ରେଜଲ୍ଟ ପ୍ରକାଶ ପାଇଛି । ରେଜଲ୍ଟ ଘୋଷଣା କରିଛନ୍ତି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରିତିରଞ୍ଜନ ଘଡେଇ । ୪୭ ହଜାର ୭୬୧ ଜଣ ପରୀକ୍ଷା ଦେଇଥିବା ବେଳେ ୪୭ ହଜାର ୭୨୯ ଜଣଙ୍କୁ ପ୍ରଦର୍ଶନ ଅନୁଯାୟୀ ରାଙ୍କ ମିଳିଛି ।
ଏମବିଏରେ ଶ୍ରଦ୍ଧାରବିନ୍ଦ ସାମନ୍ତରାୟ ଟପ୍ପର ହୋଇଥିବା ବେଳେ, ସେହିଭଳି ଏମ୍ସିଏରେ ଈଶାନ୍ତ କୁମାର ନାୟକ , ବି.ଫାର୍ମରେ ଅରୂପ ପଣ୍ଡା ,ଏମ୍. ଫାର୍ମରେ ସଚିନ ନାୟକ , ଏମ୍.ଆର୍କରେ ସୃଷ୍ଟି ନଙ୍ଗାଲିଆ ,ଏମ୍.ଟେକ୍ ସିଭିଲ ଇଂଜିନିୟରିଂରେ ସଂଜୀବ ପ୍ରଧାନ ,ଏମ୍.ଟେକ୍ ଇଲେକ୍ଟ୍ରିକାଲ୍- ମିଥୁନ ଅଧିକାରୀ, ମେକାନିକାଲ- ରାଜନ ମହାପାତ୍ର ଟପ୍ପର ହୋଇଛନ୍ତି
ଚଳିତବର୍ଷ ଏମ୍ସିଏ/ଏସ୍ଏସ୍ସି(କମ୍ପ୍ୟୁଟର ସାଇନ୍ସ), ଏମ୍.ଟେକ୍, ଏମ୍.ଆର୍କିଟେକ୍, ଏମ୍.ପ୍ଲାନ, ଏମ୍.ଫାର୍ମା, ବି.କାଟ୍, ଏମ୍ବିଏ, ଲାଟେରାଲ ଏଣ୍ଟ୍ରି ଫାର୍ମା, ଲାଟେରାଲ ଏଣ୍ଟ୍ରି(ବିଏସ୍ସି), ବି. କାଟ୍(ଫିଲ୍ମ ଏଡିଟିଂ), ଇଣ୍ଟିଗ୍ରେଟେଡ୍ ଏମ୍ବିଏ ଓ ଲାଟେରାଲ ଏଣ୍ଟ୍ରି ଟେକ୍ନୋଲୋଜି(ଡିପ୍ଲୋମା) ଓ ବି.ଫାର୍ମା ବିଷୟ ଲାଗି ୫୮ହଜାର ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିଲେ ।
Published by:Sujit Swain
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।