- News18 Odia
- Last Updated :
- Other, India
News18 Odia Digital
ଭୁବନେଶ୍ୱର: ସମାଜସେବୀ ପଦ୍ମଶ୍ରୀ ତୁଳସୀ ମୁଣ୍ଡାଙ୍କୁ ଜାତୀୟସ୍ତରୀୟ ଶ୍ରୀଜଗନ୍ନାଥ ଚେତନା ପ୍ରତିଭା ସମ୍ମାନ ଓ ଶ୍ରୀଜଗନ୍ନାଥ ଚେତନାର ପ୍ରଚାରକ ଶଙ୍କର୍ଷଣ ମଙ୍ଗରାଜଙ୍କୁ ଶ୍ରୀଜଗନ୍ନାଥ ଚେତନା ପ୍ରଚାରକ ସମ୍ମାନରେ ସମ୍ମାନିତ କରାଯିବ।ଏହା ସହିତ କାର୍ଯ୍ୟକ୍ରମରେ ପ୍ରତିଷ୍ଠାନର ମୁଖପତ୍ର ଶ୍ରୀଜଗନ୍ନାଥ ଚେତନା ଲୋକାର୍ପିତ ହେବ।
ପୁରୀ ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ପ୍ରତିଷ୍ଠାନର ଏକାଦଶ ବାର୍ଷିକ ଉତ୍ସବ ଆସନ୍ତା ୧୦ ତାରିଖରେ ଅନୁଷ୍ଠିତ ହେବ। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଓ ଗଜପତି ମହାରାଜା ଦିବ୍ୟସିଂହ ଦେବ ଉଦ୍ଘାଟକ ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ଅନୁଷ୍ଠାନର ମହାସଚିବ ଡ. ନରେଶ ଚନ୍ଦ୍ର ଦାଶଙ୍କ ସୂଚନାନୁସାରେ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଶ୍ରୀଜଗନ୍ନାଥ ମନ୍ଦିର ଓ ତାମିଲନାଡ଼ୁ କୋଏମ୍ବାଟୁରର ଶ୍ରୀଜଗନ୍ନାଥ ମନ୍ଦିରକୁ ଜାତୀୟସ୍ତରୀୟ ଶ୍ରୀଜଗନ୍ନାଥ ଚେତନା ସଂଗଠକ ସମ୍ମାନ ପ୍ରଦାନ କରାଯିବ। ଏହି ଅବସରରେ ଶ୍ରୀଜଗନ୍ନାଥଙ୍କ ୫ଜଣ ସେବକ ଓ ସେବକ ପରିବାରର ସଦସ୍ୟଙ୍କୁ ଚିକିତ୍ସା ସହାୟତା ପ୍ରଦାନ କରାଯିବ।
Published by:Soumya Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।