Petrol Price Today: ଆଜି ମଧ୍ୟ ଭୁବନେଶ୍ବରରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଛି

ଲଗାତାର ତିନି ଦିନରୁ ପେଟ୍ରୋଲ ହାର ଲିଟର ପିଛା ୧୦୧.୮୧ ଟଙ୍କା ଓ ଡିଜେଲ ହାର ଲିଟର ପିଛା ୯୧.୬୨ ଟଙ୍କା ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ପରିବର୍ତ୍ତନ ହୋଇନାହିଁ ।

ଆଜି ମଧ୍ୟ ଭୁବନେଶ୍ବରରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଛି

ଆଜି ମଧ୍ୟ ଭୁବନେଶ୍ବରରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଛି

  • Share this:
News18 Odia Digital

ଭୁବନେଶ୍ବର: ଶୁକ୍ରବାର ଦିନ ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ତୃତୀୟ ଦିନ ପାଇଁ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ଅପରିବର୍ତ୍ତିତ ରହିଛି। ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୧.୮୧ ଟଙ୍କା ଥିବାବେଳେ ଡିଜେଲ ହାର ଲିଟର ପିଛା ୯୧.୬୨ ଟଙ୍କା ରେକର୍ଡ କରାଯାଇଛି।

ଲଗାତାର ତିନି ଦିନରୁ ପେଟ୍ରୋଲ ହାର ଲିଟର ପିଛା ୧୦୧.୮୧ ଟଙ୍କା ଓ ଡିଜେଲ ହାର ଲିଟର ପିଛା ୯୧.୬୨ ଟଙ୍କା ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ପରିବର୍ତ୍ତନ ହୋଇନାହିଁ ।

ଚେନ୍ନାଇ, କୋଲକାତା ଓ ମୁମ୍ବାଇ ପରି ଭାରତର ପ୍ରମୁଖ ସହରରେ ପେଟ୍ରୋଲ ମୂଲ୍ୟ ଯଥାକ୍ରମେ ୧୦୧.୪୦, ୧୦୪.୬୭ ଟଙ୍କା ଓ ୧୦୯.୯୮ ଟଙ୍କା ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ଡିଜେଲ ମୂଲ୍ୟ ଚେନ୍ନାଇରେ ୯୧.୫୧ ଟଙ୍କା ଥିବା ବେଳେ କୋଲକାତାରେ ୮୯.୭୯ ଟଙ୍କା ଓ ମୁମ୍ବାଇରେ ଏହି ହାର ୯୪.୧୪ ଟଙ୍କା ରେକର୍ଡ କରାଯାଇଛି।

ଏହି ସମୟରେ, ଜାତୀୟ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୯୫.୪୧ ଟଙ୍କା ରେକର୍ଡ ହୋଇଥିବାବେଳେ ଡିଜେଲ ଲିଟର ପିଛା ୮୬.୬୭ ଟଙ୍କା ରହିଛି।

ଆପଣ ନିଜ ସହରର ପେଟ୍ରୋଲର ମୂଲ୍ୟ ମଧ୍ୟ ଜାଣିପାରିବେ ଓ ଆପଣଙ୍କ ସହରର କୋଡ୍ ପଠାଇ ଏହାକୁ ୯୨୨୪୯୯୨୨୪୯ ନମ୍ବରକୁ ପଠାଇ ପାରିବେ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା ରହିଛି । ଯାହାକୁ ଆପଣ ICOL ୱେବସାଇଟରେ ପାଇପାରିବେ । ପେଟ୍ରୋଲ ଓ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ଟାରେ ବଦଳିଥାଏ ।
Published by:Lipina Das
First published:
)}