Petrol-Diesel Price: ଜାଣନ୍ତୁ ଆଜି ରାଜଧାନୀରେ କେତେ ଅଛି ପେଟ୍ରୋଲ ଓ ଡିଜେଲ ମୂଲ୍ୟ

ବୁଧବାର ଦିନ ପେଟ୍ରୋଲ ହାର ଲିଟର ପିଛା ୧୦୧.୮୧ ଟଙ୍କା ଓ ଡିଜେଲ ହାର ଲିଟର ପିଛା ୯୧.୬୨ ଟଙ୍କା ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପେଟ୍ରୋଲ ଓ ଡିଜେଲ ହାରରେ ବୃଦ୍ଧି ଘଟିଛି।

 ଜାଣନ୍ତୁ ଆଜି ରାଜଧାନୀରେ କେତେ ଅଛି ପେଟ୍ରୋଲ ଓ ଡିଜେଲ ମୂଲ୍ୟ

ଜାଣନ୍ତୁ ଆଜି ରାଜଧାନୀରେ କେତେ ଅଛି ପେଟ୍ରୋଲ ଓ ଡିଜେଲ ମୂଲ୍ୟ

  • Share this:
News18 Odia Digital

ଭୁବନେଶ୍ବର: ଗୁରୁବାର ଦିନ ଓଡ଼ିଶାର ରାଜଧାନୀରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ଭୁବନେଶ୍ୱରରେ ପେଟ୍ରୋଲ ମୂଲ୍ୟ ଲିଟର ପିଛା ୧୦୨.୧୦ ଟଙ୍କା ରେକର୍ଡ ହୋଇଥିବାବେଳେ ଡିଜେଲ ହାର ଆଜି ଲିଟର ପିଛା ୯୧.୯୧ ଟଙ୍କା ରେକର୍ଡ କରାଯାଇଛି।

ଏହା ପୂର୍ବରୁ ବୁଧବାର ଦିନ ପେଟ୍ରୋଲ ହାର ଲିଟର ପିଛା ୧୦୧.୮୧ ଟଙ୍କା ଓ ଡିଜେଲ ହାର ଲିଟର ପିଛା ୯୧.୬୨ ଟଙ୍କା ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପେଟ୍ରୋଲ ଓ ଡିଜେଲ ହାରରେ ବୃଦ୍ଧି ଘଟିଛି।

ଚେନ୍ନାଇ, କୋଲକାତା ଓ ମୁମ୍ବାଇ ପରି ଭାରତର ପ୍ରମୁଖ ସହରରେ ପେଟ୍ରୋଲ ମୂଲ୍ୟ ଯଥାକ୍ରମେ ୧୦୧.୫୧, ୧୦୪.୬୭ ଟଙ୍କା ଓ ୧୦୯.୯୮ ଟଙ୍କା ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ଡିଜେଲ ମୂଲ୍ୟ ଚେନ୍ନାଇରେ ୯୧.୫୩ ଟଙ୍କା, କୋଲକାତାରେ ୮୯.୭୯ ଟଙ୍କା ଓ ମୁମ୍ବାଇରେ ଏହି ହାର ୯୪.୧୪ ଟଙ୍କା ରେକର୍ଡ କରାଯାଇଛି।

ଏହି ସମୟରେ ଜାତୀୟ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୯୫.୪୧ ଟଙ୍କା ରେକର୍ଡ ହୋଇଥିବାବେଳେ ଡିଜେଲ ଲିଟର ପିଛା ୮୬.୬୭ ଟଙ୍କା ରହିଛି।

ତୁମ ସହରର କୋଡ ପଠାଇ ଏହାକୁ ୯୨୨୪୯୯୨୨୪୯ ନମ୍ବରକୁ ପଠାଇ ତୁମ ସହରରେ ପେଟ୍ରୋଲର ମୂଲ୍ୟ ମଧ୍ୟ ଜାଣିପାରିବ। ପ୍ରତ୍ୟେକ ସହରର କୋଡଗୁଡ଼ିକ ଅଲଗା ରହିଛି, ଯାହାକୁ ଆପଣ ICOL ୱେବସାଇଟରେ ପାଇପାରିବେ। ଧ୍ୟାନ ଦିଅନ୍ତୁ ଯେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ଟାରେ ବଦଳିଥାଏ।
Published by:Lipina Das
First published: