Petrol-Diesel Price: ଆଜି ଭୁବନେଶ୍ବରରେ କମିଛି ପେଟ୍ରୋଲ ଓ ଡିଜେଲ ଦର; ଜାଣନ୍ତୁ ମୂଲ୍ୟ

ଗୁରୁବାର ଦିନ ଭୁବନେଶ୍ବରରେ ପେଟ୍ରୋଲ ହାର ଲିଟର ପିଛା ୧୦୨.୧୦ ଟଙ୍କା ଓ ଡିଜେଲ ହାର ଲିଟର ପିଛା ୯୧.୯୧ ଟଙ୍କା ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଉଭୟ ପେଟ୍ରୋଲ ଓ ଡିଜେଲ ହାର ୨୯ ପଇସା ହ୍ରାସ ପାଇଛି।

ଆଜି ଭୁବନେଶ୍ବରରେ କମିଛି ପେଟ୍ରୋଲ ଓ ଡିଜେଲ ଦର

ଆଜି ଭୁବନେଶ୍ବରରେ କମିଛି ପେଟ୍ରୋଲ ଓ ଡିଜେଲ ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ପାଇଛି। ପେଟ୍ରୋଲ ମୂଲ୍ୟ ଲିଟର ପିଛା ୧୦୧.୮୧ ଟଙ୍କା ରେକର୍ଡ ହୋଇଥିବାବେଳେ ଡିଜେଲ ହାର ଆଜି ଲିଟର ପିଛା ୯୧.୬୨ ଟଙ୍କା ରେକର୍ଡ କରାଯାଇଛି।

ଏହା ପୂର୍ବରୁ ଗୁରୁବାର ଦିନ ପେଟ୍ରୋଲ ହାର ଲିଟର ପିଛା ୧୦୨.୧୦ ଟଙ୍କା ଓ ଡିଜେଲ ହାର ଲିଟର ପିଛା ୯୧.୯୧ ଟଙ୍କା ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଉଭୟ ପେଟ୍ରୋଲ ଓ ଡିଜେଲ ହାର ୨୯ ପଇସା ହ୍ରାସ ପାଇଛି।

ଚେନ୍ନାଇ, କୋଲକାତା ଓ ମୁମ୍ବାଇ ପରି ଭାରତର ପ୍ରମୁଖ ସହରରେ ପେଟ୍ରୋଲ ମୂଲ୍ୟ ଯଥାକ୍ରମେ ୧୦୧.୫୧, ୧୦୪.୬୭ ଟଙ୍କା ଓ ୧୦୯.୯୮ ଟଙ୍କା ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ଡିଜେଲ ମୂଲ୍ୟ ଚେନ୍ନାଇରେ ୯୧.୫୩ ଟଙ୍କା, କୋଲକାତାରେ ୮୯.୭୯ ଟଙ୍କା ଓ ମୁମ୍ବାଇରେ ଏହି ହାର ୯୪.୧୪ ଟଙ୍କା ରେକର୍ଡ କରାଯାଇଛି।

ଏହି ସମୟରେ, ଜାତୀୟ ରାଜଧାନୀ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୯୫.୪୧ ଟଙ୍କା ଥିବାବେଳେ ଡିଜେଲ ଲିଟର ପିଛା ୮୬.୬୭ ଟଙ୍କା ରହିଛି।

ଆପଣ ନିଜ ସହରର ପେଟ୍ରୋଲର ମୂଲ୍ୟ ମଧ୍ୟ ଜାଣିପାରିବେ ଓ ଆପଣଙ୍କ ସହରର କୋଡ୍ ପଠାଇ ଏହାକୁ ୯୨୨୪୯୯୨୨୪୯ ନମ୍ବରକୁ ପଠାଇ ପାରିବେ। ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା ରହିଛି, ଯାହାକୁ ଆପଣ ICOL ୱେବସାଇଟରେ ପାଇପାରିବେ। ପେଟ୍ରୋଲ ଓ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ଟାରେ ବଦଳିଥାଏ।
Published by:Lipina Das
First published: