Petrol-Diesel Price: ଭୁବନେଶ୍ବରରେ ଆଜି ବଢ଼ିଛି ପେଟ୍ରୋଲ ଓ ଡିଜେଲ ଦର; ଜାଣନ୍ତୁ କେତେ ଅଛି ମୂଲ୍ୟ

ଶୁକ୍ରବାର ଦିନ ପେଟ୍ରୋଲ ହାର ଲିଟର ପିଛା ୧୦୧.୮୧ ଟଙ୍କା ଓ ଡିଜେଲ ହାର ଲିଟର ପିଛା ୯୧.୬୨ ଟଙ୍କା ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ୩୬ ପଇସା ଓ ୩୫ ପଇସା ବୃଦ୍ଧି ପାଇଛି।

ଭୁବନେଶ୍ବରରେ ଆଜି ବଢ଼ିଛି ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ବରରେ ଆଜି ବଢ଼ିଛି ପେଟ୍ରୋଲ ଓ ଡିଜେଲ ଦର

  • Share this:
News18 Odia Digital

ଭୁବନେଶ୍ବର: ଶନିବାର ଦିନ ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୨.୧୭ ଟଙ୍କା ରେକର୍ଡ ହୋଇଥିବାବେଳେ ଡିଜେଲ ହାର ଆଜି ଲିଟର ପିଛା ୯୧.୯୭ ଟଙ୍କା ରେକର୍ଡ କରାଯାଇଛି।

ଏହା ପୂର୍ବରୁ ଶୁକ୍ରବାର ଦିନ ପେଟ୍ରୋଲ ହାର ଲିଟର ପିଛା ୧୦୧.୮୧ ଟଙ୍କା ଓ ଡିଜେଲ ହାର ଲିଟର ପିଛା ୯୧.୬୨ ଟଙ୍କା ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ୩୬ ପଇସା ଓ ୩୫ ପଇସା ବୃଦ୍ଧି ପାଇଛି।

ଚେନ୍ନାଇ, କୋଲକାତା ଓ ମୁମ୍ବାଇ ପରି ଭାରତର ପ୍ରମୁଖ ସହରରେ ପେଟ୍ରୋଲ ମୂଲ୍ୟ ଯଥାକ୍ରମେ ୧୦୧.୪୦, ୧୦9.୬୭ ଟଙ୍କା ଓ ୧୦୯.୯୮ ଟଙ୍କା ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ଡିଜେଲ ମୂଲ୍ୟ ଚେନ୍ନାଇରେ ୯୧.୫୨ ଟଙ୍କା, କୋଲକାତାରେ ୮୯.୭୯ ଟଙ୍କା ଓ ମୁମ୍ବାଇରେ ଏହି ହାର ୯୪.୧୪ ଟଙ୍କା ରେକର୍ଡ କରାଯାଇଛି।

ଏହି ସମୟରେ, ଜାତୀୟ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୯୫.୪୧ ଟଙ୍କା ରେକର୍ଡ ହୋଇଥିବାବେଳେ ଡିଜେଲ ଲିଟର ପିଛା ୮୬.୬୭ ଟଙ୍କା ରହିଛି।

ଆପଣ ନିଜ ସହରର ପେଟ୍ରୋଲର ମୂଲ୍ୟ ମଧ୍ୟ ଜାଣିପାରିବେ ଓ ଆପଣଙ୍କ ସହରର କୋଡ୍ ପଠାଇ ଏହାକୁ ୯୨୨୪୯୯୨୨୪୯ ନମ୍ବରକୁ ପଠାଇ ପାରିବେ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା ରହିଛି, ଯାହାକୁ ଆପଣ ICOL ୱେବସାଇଟରେ ପାଇପାରିବେ। ପେଟ୍ରୋଲ ଓ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ଟାରେ ବଦଳିଥାଏ ।
Published by:Lipina Das
First published:
)}