ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ କ୍ରମାଗତ ଚତୁର୍ଥ ଦିନ ପାଇଁ ସ୍ଥିର; ଜାଣନ୍ତୁ ଆଜି କେତେ ଅଛି

ଶୁକ୍ରବାର ଦିନ ପେଟ୍ରୋଲ ଓ ଡିଜେଲ ହାର ମଧ୍ୟ ଯଥାକ୍ରମେ ୧୦୧.୮୧ ଟଙ୍କା ଓ ୯୧.୬୨ ଟଙ୍କା ରେକର୍ଡ କରାଯାଇଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ପେଟ୍ରୋଲର ମୂଲ୍ୟ ବୃଦ୍ଧି ହୋଇନାହିଁ ।

ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ କ୍ରମାଗତ ଚତୁର୍ଥ ଦିନ ପାଇଁ ସ୍ଥିର

ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ କ୍ରମାଗତ ଚତୁର୍ଥ ଦିନ ପାଇଁ ସ୍ଥିର

  • Share this:
News18 Odia Digital

ଭୁବନେଶ୍ବର: ଶନିବାର ଦିନ ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ କ୍ରମାଗତ ଚତୁର୍ଥ ଦିନ ପାଇଁ ସ୍ଥିର ରହିଆସୁଛି। ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୧.୮୧ ଟଙ୍କା ଥିବାବେଳେ ଡିଜେଲ ହାର ଆଜି ଲିଟର ପିଛା ୯୧.୬୨ ଟଙ୍କା ରେକର୍ଡ କରାଯାଇଛି।

ଶୁକ୍ରବାର ଦିନ ପେଟ୍ରୋଲ ଓ ଡିଜେଲ ହାର ମଧ୍ୟ ଯଥାକ୍ରମେ ୧୦୧.୮୧ ଟଙ୍କା ଓ ୯୧.୬୨ ଟଙ୍କା ରେକର୍ଡ କରାଯାଇଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ପେଟ୍ରୋଲର ମୂଲ୍ୟ ବୃଦ୍ଧି ହୋଇନାହିଁ ।

ଅନ୍ୟପକ୍ଷରେ, ଭାରତର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ଗତ କିଛି ସପ୍ତାହ ଧରି ସ୍ଥିର ରହିଆସିଛି। ଚେନ୍ନାଇ, କୋଲକାତା, ଓ ମୁମ୍ବାଇ ଭଳି ଭାରତର ପ୍ରମୁଖ ସହରରେ ପେଟ୍ରୋଲ ମୂଲ୍ୟ ଯଥାକ୍ରମେ ୧୦୧.୪୦, ୧୦୪.୬୭ ଟଙ୍କା ଓ ୧୦୯.୮୯ ଟଙ୍କା ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ଡିଜେଲ ମୂଲ୍ୟ ଚେନ୍ନାଇରେ ୯୧.୪୩ ଟଙ୍କା, କୋଲକାତାରେ ୮୯.୭୯ ଟଙ୍କା ଓ ମୁମ୍ବାଇରେ ଏହି ହାର ୯୪.୧୪ ଟଙ୍କା ରେକର୍ଡ କରାଯାଇଛି।

ଏହି ସମୟରେ, ଜାତୀୟ ରାଜଧାନୀ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୯୫.୪୧ ଟଙ୍କା ଥିବାବେଳେ ଡିଜେଲ ଲିଟର ପିଛା ୮୬.୬୭ ଟଙ୍କା ରହିଛି।

ଆପଣ ନିଜ ସହରର ପେଟ୍ରୋଲର ମୂଲ୍ୟ ମଧ୍ୟ ଜାଣିପାରିବେ ଓ ଆପଣଙ୍କ ସହରର କୋଡ୍ ପଠାଇ ଏହାକୁ ୯୨୨୪୯୯୨୨୪୯ ନମ୍ବରକୁ ପଠାଇ ପାରିବେ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ ICOL ୱେବସାଇଟରେ ପାଇପାରିବେ । ଧ୍ୟାନ ଦିଅନ୍ତୁ ଯେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ଟାରେ ବଦଳିଥାଏ ।
Published by:Lipina Das
First published:
)}