ଆଜି ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି
News18 Odia Digital
ଭୁବନେଶ୍ବର: ରବିବାର ଦିନ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ଅପରିବର୍ତ୍ତିତ ରହିଛି। ଆଜି ପେଟ୍ରୋଲ ମୂଲ୍ୟ ଲିଟର ପିଛା ୧୦୧.୮୧ ଟଙ୍କା ଥିବାବେଳେ ଡିଜେଲ ହାର ଲିଟର ପିଛା ୯୧.୬୨ ଟଙ୍କା ରେକର୍ଡ କରାଯାଇଛି।
ଏହାପୂର୍ବରୁ ଶନିବାର ଓ ଶୁକ୍ରବାର ଦିନ ପେଟ୍ରୋଲ ମୂଲ୍ୟ ଲିଟର ସମାନ ଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ଉଭୟ ପେଟ୍ରୋଲ ଓ ଡିଜେଲ ହାରରେ କୌଣସି ପରିବର୍ତ୍ତନ ହୋଇନାହିଁ।
ସେହିପରି କଟକରେ ପେଟ୍ରୋଲ ଓ ଡିଜେଲ ହାର ହ୍ରାସ ପାଇଛି। ପେଟ୍ରୋଲ ମୂଲ୍ୟ ଲିଟର ପିଛା ୧୦୨.୧୭ ଟଙ୍କା ଥିବାବେଳେ ଡିଜେଲ ଲିଟର ପିଛା ୯୧.୯୭ ଟଙ୍କା ରେକର୍ଡ କରାଯାଇଛି।
ଚେନ୍ନାଇ, କୋଲକାତା ଓ ମୁମ୍ବାଇ ଭଳି ଭାରତର ପ୍ରମୁଖ ସହରରେ ଇନ୍ଧନ ମୂଲ୍ୟ ଆଜି ପାଇଁ ସ୍ଥିର ରହିଛି। ଯଥାକ୍ରମେ ୧୦୧.୪୦, ୧୦୬.୬୭ ଓ ୧୦୯.୯୮ ଟଙ୍କା ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ଡିଜେଲ ମୂଲ୍ୟ ଚେନ୍ନାଇରେ ୯୧.୪୩ ଟଙ୍କା, କୋଲକାତାରେ ୮୯.୭୯ ଟଙ୍କା ଓ ମୁମ୍ବାଇରେ ଏହି ହାର ୯୪.୧୪ ଟଙ୍କା ରେକର୍ଡ କରାଯାଇଛି।
ଏହି ସମୟରେ, ଜାତୀୟ ରାଜଧାନୀ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୯୫.୪୧ ଟଙ୍କା ଥିବାବେଳେ ଡିଜେଲ ଲିଟର ପିଛା ୮୬.୬୭ ଟଙ୍କା ରହିଛି।
ଆପଣ ନିଜ ସହରର ପେଟ୍ରୋଲର ମୂଲ୍ୟ ମଧ୍ୟ ଜାଣିପାରିବେ ଓ ଆପଣଙ୍କ ସହରର କୋଡ୍ ପଠାଇ ଏହାକୁ ୯୨୨୪୯୯୨୨୪୯ ନମ୍ବରକୁ ପଠାଇ ପାରିବେ। ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା ରହିଛି, ଯାହାକୁ ଆପଣ ICOL ୱେବସାଇଟରେ ପାଇପାରିବେ।
Published by:Lipina Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।