Petrol Price: ଭୁବନେଶ୍ୱରରେ ସ୍ଥିର ରହିଛି ପେଟ୍ରୋଲ ଦର; ଜାଣନ୍ତୁ ଆଜିର ଦର ବାବଦରେ

ଗୁରୁବାର ଦିନ ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି। ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୧.୮୧ ଟଙ୍କା ଥିବାବେଳେ ଡିଜେଲ ହାର ଲିଟର ପିଛା ୯୧.୬୨ ଟଙ୍କା ରେକର୍ଡ କରାଯାଇଛି।

ଆଜିର ପେଟ୍ରୋଲ ଓ ଡିଜେଲ ଦର ବାବଦରେ ଜାଣନ୍ତୁ (ପ୍ରତୀକାତ୍ମକ ଛବି)

ଆଜିର ପେଟ୍ରୋଲ ଓ ଡିଜେଲ ଦର ବାବଦରେ ଜାଣନ୍ତୁ (ପ୍ରତୀକାତ୍ମକ ଛବି)

  • Share this:
News18 Odia Digital

ଭୁବନେଶ୍ୱର: ଗୁରୁବାର ଦିନ ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି। ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୧.୮୧ ଟଙ୍କା ଥିବାବେଳେ ଡିଜେଲ ହାର ଲିଟର ପିଛା ୯୧.୬୨ ଟଙ୍କା ରେକର୍ଡ କରାଯାଇଛି।

ବୁଧବାର ଦିନ ପେଟ୍ରୋଲ ଓ ଡିଜେଲ ହାର ମଧ୍ୟ ଯଥାକ୍ରମେ ୧୦୧.୮୧ ଟଙ୍କା ଓ ୯୧.୬୨ ଟଙ୍କା ରେକର୍ଡ କରାଯାଇଛି।  ଗତ ୨୪ ଘଣ୍ଟା ମଧ୍ୟରେ ପେଟ୍ରୋଲର ମୂଲ୍ୟ ବୃଦ୍ଧି ହୋଇନାହିଁ।

ଅନ୍ୟପକ୍ଷରେ, ଭାରତର ପ୍ରମୁଖ ସହରଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଗତ କିଛି ସପ୍ତାହ ଧରି ସ୍ଥିର ରହିଆସିଛି। ଚେନ୍ନାଇ, କୋଲକାତା, ଏବଂ ମୁମ୍ବାଇ ଭଳି ଭାରତର ପ୍ରମୁଖ ସହରରେ ପେଟ୍ରୋଲ ମୂଲ୍ୟ ଯଥାକ୍ରମେ ୧୦୧.୪୦, ୧୦୧.୬୭ ଟଙ୍କା ଏବଂ ୧୦୯.୮୯ ଟଙ୍କା ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ଡିଜେଲ ମୂଲ୍ୟ ଚେନ୍ନାଇରେ ୯୧.୪୩ ଟଙ୍କା, କୋଲକାତାରେ ୮୯.୭୯ ଟଙ୍କା ଏବଂ ମୁମ୍ବାଇରେ ଏହି ହାର ୯୪.୧୪ ଟଙ୍କା ରେକର୍ଡ କରାଯାଇଛି।

ଏହି ସମୟରେ, ଜାତୀୟ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୯୫.୪୧ ଟଙ୍କା ରେକର୍ଡ ହୋଇଥିବାବେଳେ ଡିଜେଲ ଲିଟର ପିଛା ୮୬.୬୭ ଟଙ୍କା ରହିଛି।

ଆପଣ ନିଜ ସହରର ପେଟ୍ରୋଲର ମୂଲ୍ୟ ମଧ୍ୟ ଜାଣିପାରିବେ ଏବଂ ଆପଣଙ୍କ ସହରର କୋଡ୍ ପଠାଇ ଏହାକୁ 9224992249 ନମ୍ବରକୁ ପଠାଇ ପାରିବେ। ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା ଅଟେ ଯାହାକୁ ଆପଣ ICOL ୱେବସାଇଟରେ ପାଇପାରିବେ। ଧ୍ୟାନ ଦିଅନ୍ତୁ ଯେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ ଟାରେ ବଦଳିଥାଏ।
Published by:Soumya Das
First published:
)}