Petrol-Diesel Price Today: ରାଜଧାନୀରେ ବଢ଼ିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ; ଜାଣନ୍ତୁ ଦର

ଶୁକ୍ରବାର ଦିନ ପେଟ୍ରୋଲ ହାର ଲିଟର ପିଛା ୧୦୨.୧୦ ଟଙ୍କା ଓ ଡିଜେଲ ହାର ଆଜି ୯୧.୯୧ ଟଙ୍କା ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପେଟ୍ରୋଲ ମୂଲ୍ୟ ୧୭ ପଇସା ଓ ଡିଜେଲ ୧୫ ପଇସା ବୃଦ୍ଧି ପାଇଛି।

ରାଜଧାନୀରେ ବଢ଼ିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ

ରାଜଧାନୀରେ ବଢ଼ିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ

  • Share this:
News18 Odia Digital

ଭୁବନେଶ୍ବର: ଶନିବାର ଦିନ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ବୃଦ୍ଧି ପାଇଛି। ଆଜି ପେଟ୍ରୋଲ ମୂଲ୍ୟ ଲିଟର ପିଛା ୧୦୨.୨୭ ଟଙ୍କା ରେକର୍ଡ ହୋଇଥିବାବେଳେ ଡିଜେଲ ହାର ଲିଟର ପିଛା ୯୨.୦୬ ଟଙ୍କା ରେକର୍ଡ କରାଯାଇଛି।

ଏହାପୂର୍ବରୁ ଶୁକ୍ରବାର ଦିନ ପେଟ୍ରୋଲ ହାର ଲିଟର ପିଛା ୧୦୨.୧୦ ଟଙ୍କା ଓ ଡିଜେଲ ହାର ଆଜି ୯୧.୯୧ ଟଙ୍କା ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପେଟ୍ରୋଲ ମୂଲ୍ୟ ୧୭ ପଇସା ଓ ଡିଜେଲ ୧୫ ପଇସା ବୃଦ୍ଧି ପାଇଛି।

ଚେନ୍ନାଇ, କୋଲକାତା ଓ ମୁମ୍ବାଇ ପରି ଭାରତର ପ୍ରମୁଖ ସହରରେ ପେଟ୍ରୋଲ ମୂଲ୍ୟ ଯଥାକ୍ରମେ ୧୦୧.୫୦, ୧୦୪.୬୭ ଟଙ୍କା ଓ ୧୦୯.୯୮ ଟଙ୍କା ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ଡିଜେଲ ମୂଲ୍ୟ ଚେନ୍ନାଇରେ ୯୧.୫୨ ଟଙ୍କା, କୋଲକାତାରେ ୮୯.୭୯ ଟଙ୍କା ଓ ମୁମ୍ବାଇରେ ଏହି ହାର ୯୪.୧୪ ଟଙ୍କା ରେକର୍ଡ କରାଯାଇଛି।

ଏହି ସମୟରେ, ଜାତୀୟ ରାଜଧାନୀ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୯୫.୪୧ ଟଙ୍କା ଥିବାବେଳେ ଡିଜେଲ ଲିଟର ପିଛା ୮୬.୬୭ ଟଙ୍କା ରହିଛି।

ଆପଣ ନିଜ ସହରର ପେଟ୍ରୋଲର ମୂଲ୍ୟ ମଧ୍ୟ ଜାଣିପାରିବେ ଓ ଆପଣଙ୍କ ସହରର କୋଡ୍ ପଠାଇ ଏହାକୁ ୯୨୨୪୯୯୨୨୪୯ ନମ୍ବରକୁ ପଠାଇ ପାରିବେ। ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା ଅଟେ ଯାହାକୁ ଆପଣ ICOL ୱେବସାଇଟରେ ପାଇପାରିବେ।
Published by:Lipina Das
First published: