୫ଦିନ ଯାଏଁ ପ୍ରବଳ ବର୍ଷିବ (ପ୍ରତୀକାତ୍ମକ ଛବି)
News18 Odia Digital
ଆଜିଠାରୁ ଆସନ୍ତା ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ଦିନ ପ୍ରାକ୍-ମୌସୁମୀ ବର୍ଷା ହୋଇଛି। ଏହା ରାଜ୍ୟର ଆଉ କିଛି ଅଞ୍ଚଳରେ ମୌସୁମୀ ସକ୍ରିୟ ହେବା ପାଇଁ ବାଟ ଫିଟାଇଛି।ଆସନ୍ତା ୨ ରୁ ୩ଦିନ ମଧ୍ୟରେ ରାଜ୍ୟର ଅନ୍ୟ କିଛି ଅଞ୍ଚଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ହେବା ପାଇଁ ଏହା ଅନୁକୂଳ ପରିବେଶ ସୃଷ୍ଟି କରିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ ପକ୍ଷରୁ କୁହାଯାଇଛି।
ଆଜି ବାଲେଶ୍ବର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଆଦି ଜିଲ୍ଲା ସମେତ ନୟାଗଡ଼, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ବଲାଙ୍ଗୀର କିଛି କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ସହ କନ୍ଧମାଳ, ଗଞ୍ଜମ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ ଓ କଟକ ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ୨୧ ତାରିଖ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବଲାଙ୍ଗୀର, ସୋନପୁର ଓ କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିସହ ୨୨ ତାରିଖ ଦିନ ସୁନ୍ଦରଗଡ଼, ହେବଗଡ଼, କେନ୍ଦୁଝର, ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, ସୋନପୁର ଓ କଳାହାଣ୍ଡି ଜିଲ୍ଲା ସମେତ ୨୩ ତାରିଖ ଦିନ ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
Published by:Soumya Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।