ଆରପାରିରେ ବିଧାୟକ ବିଷ୍ଣୁ ସେଠୀ; ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ବିରୋଧୀ ଦଳ ଉପନେତା ତଥା ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ବିଧାୟକ ବିଷ୍ଣୁ ସେଠୀ (ପ୍ରତୀକାତ୍ମକ ଛବି)

ବିଧାୟକ ବିଷ୍ଣୁ ସେଠୀ (ପ୍ରତୀକାତ୍ମକ ଛବି)

  • News18 Odia
  • Last Updated :
  • Other, India
  • Share this:
News18 Odia Digital

ବରିଷ୍ଠ ବିଜେପି ବିଧାୟକ ବିଷ୍ଣୁ ସେଠୀ ଆଉ ନାହାଁନ୍ତି। ଆଜି ସକାଳ ୭ଟା ୪୫ ମିନିଟ ସମୟରେ ତାଙ୍କର ପରଲୋକ ଘଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ଶୋକବ୍ଯକ୍ତ କରିଛନ୍ତି । ମୋଦି ଟ୍ୱିଟ କରି କହିଛନ୍ତି ଓଡ଼ିଶାର ପ୍ରଗତି ପାଇଁ ଶ୍ରୀ ବିଷ୍ଣୁଚରଣ ସେଠୀଙ୍କ ଅବଦାନ ଅତୁଳନୀୟ । ଜଣେ କଠିନ ପରିଶ୍ରମୀ ବିଧାୟକ ଭାବରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା ସହ ସାମାଜିକ ସଶକ୍ତିକରଣ ପାଇଁ ତାଙ୍କ ଯୋଗଦାନ ପ୍ରଶଂସାଯୋଗ୍ୟ । ତାଙ୍କ ବିୟୋଗରେ ଦୁଃଖିତ । ତାଙ୍କ ପରିବାର ଏବଂ ସମର୍ଥକ ମାନଙ୍କୁ ସମବେଦନା ।

ବିରୋଧୀ ଦଳ ଉପନେତା ତଥା ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟ୍ୱିଟ କରି ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।

ବିଷ୍ଣୁ ସେଠୀଙ୍କ ପରଲୋକରେ ପ୍ରମୁଖ ବ୍ୟକ୍ତି ବିଶେଷ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି କହିଛନ୍ତି, ‘ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରୁଛି।’

ବିଷ୍ଣୁ ସେଠୀଙ୍କ ବିୟୋଗରେ ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଶୋକ ପ୍ରକାଶ କରିବଛନ୍ତି। ସେ ଟ୍ୱିଟ୍‌ କରି କହିଛନ୍ତି, ବିରୋଧୀ ଦଳ ଉପନେତା ଭାବରେ ବିଧାନସଭାରେ ବିଭିନ୍ନ ସମସ୍ୟାକୁ ନେଇ ସରକାରଙ୍କୁ ସମାଲୋଚନା କରିବାରେ ତାଙ୍କର ବଳିଷ୍ଟ ଭୂମିକା ଥିଲା। ସେ ତ୍ରୈମାସିକ ସାହିତ୍ୟ ପତ୍ରିକା ଘାସଫୁଲର ସଂପାଦକ ଭାବରେ ମଧ୍ୟ ଲୋକପ୍ରିୟତା ଅର୍ଜନ କରିଥିଲେ।

ସେହିପରି ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ, କଂଗ୍ରେସ ନେତା ସୁର ରାଉତରାୟ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ପିସିସି ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ର, ବରଗଡ଼ ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ସହ ପ୍ରମୁଖ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି।
Published by:Soumya Das
First published: