କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ଉଚ୍ଚଶିକ୍ଷା ବିଭାଗ, ୨୨୩ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ଦରମା ବନ୍ଦ

କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ଉଚ୍ଚଶିକ୍ଷା ବିଭାଗ । ଦରମା ପାଇବେନି ମହାବିଦ୍ଯାଳୟ ଅଧ୍ଯକ୍ଷ ଓ କର୍ମଚାରୀ ।

ଅଧ୍ୟକ୍ଷଙ୍କ ଦରମା ବନ୍ଦ

ଅଧ୍ୟକ୍ଷଙ୍କ ଦରମା ବନ୍ଦ

  • News18 Odia
  • Last Updated :
  • Other, India
  • Share this:
News18 Odia Digital

ଭୁବନେଶ୍ୱର: ୨୨୩ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ଦରମା ବନ୍ଦ। ମୁଖ୍ୟ କିରାଣୀ ଓ କିରାଣୀଙ୍କର ମଧ୍ୟ ଦରମା ବନ୍ଦ କରାଯାଇଛି । କାର୍ଯ୍ୟରେ ଅବହେଳା ଯୋଗୁଁ ଏପରି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଉଚ୍ଚଶିକ୍ଷା ବିଭାଗ ଏନେଇ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ।

ସରକାରୀ କାର୍ଯ୍ୟରେ ଅବହେଳା ଯୋଗୁଁ ଉଚ୍ଚଶିକ୍ଷା ବିଭାଗର କଡା କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ବିଭାଗ ପକ୍ଷରୁ ବାରମ୍ବାର ଜଣାଇବା ସତ୍ତ୍ବେ ୨୨୩ ମହାବିଦ୍ୟାଳୟ ଆବଶ୍ୟକ ସୂଚନା ପ୍ରଦାନ କରିବାରେ ବିଫଳ ହୋଇଛନ୍ତି। ଉଚ୍ଚଶିକ୍ଷା ବିଭାଗର ସହକାରୀ ନିର୍ଦ୍ଦେଶକଙ୍କ ଚିଠିର ଉତ୍ତର ଦେଉନଥିବାରୁ ଏହି ମହାବିଦ୍ୟାଳୟ ଅଧ୍ୟକ୍ଷ ଓ ମୁଖ୍ୟ କିରାଣୀ/କିରାଣୀଙ୍କ ବିରୋଧରେ ଏହି ପଦକ୍ଷେପ ନିଆଯାଇଛି। ବିଭାଗୀୟ ଚିଠିର ଉତ୍ତର ନଦେବାର ଅର୍ଥ ହେଉଛି ସରକାରୀ କାର୍ଯ୍ୟ ନିର୍ବାହରେ ବଡ଼ ଅବହେଳା ଓ ବିଭାଗ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ ପାଳନ‌ର ବିଫଳତା ବୋଲି କୁହାଯାଇଛି। ଏପରି ଅବହେଳା ପାଇଁ ମେ’ ମାସର ଦରମା ନ ଉଠାଇବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
Published by:Soumya Das
First published: