୨ ଅକ୍ଟୋବର ସପ୍ତମୀରେ ଭିଜିବ ପୂରା ଉପକୂଳ; ପାଣିପାଗ କେନ୍ଦ୍ରର ପୂର୍ବାନୁମାନ
- News18 Odia
- Last Updated :
- Bhubaneswar, India
News 18 Odia Digital
ଭୁବନେଶ୍ୱର; ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୧.୫ କିମି ଯାଏଁ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ଲାଗି ରହିଛି ବିଜୁଳି ଘଡଘଡି ସହ ବର୍ଷା । ଅଷ୍ଟମୀରେ ପ୍ରବଳରୁ ଅତିପ୍ରବଳ ବର୍ଷା । ଭିଜିବ ପୁରା ରାଜ୍ୟ । ୨ ଅକ୍ଟୋବର ସପ୍ତମୀରେ ଭିଜିବ ପୂରା ଉପକୂଳ । ସମସ୍ତ ଉପକୂଳ ଓଡ଼ିଶାର ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
୨ରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେନ୍ଦୁଝର, ମୟୁରଭଞ୍ଜ ସମେତ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୩ ଅକ୍ଟୋବର ଅଷ୍ଟମୀରେ କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଏବଂ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି କରାଯାଇଛି ।
Published by:Soubhagya Mishra
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।