୧୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା
News18 Odia Digital
ଭୁବନେଶ୍ବର: ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୁଧବାର ଦିନ ଭୁବନେଶ୍ୱର ଓ କଟକ ସମେତ ଓଡ଼ିଶାର ୯ଟି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି।
ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଜାରି ରହିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଆଜି ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ବଲାଙ୍ଗୀର ଓ ନୟାଗଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା ଭୁବନେଶ୍ୱର ସମେତ, କଟକ ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର ଓ ନୟାଗଡ଼ରେ ମଧ୍ୟମ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ଅଛି।
ଲୋକଙ୍କୁ ବଜ୍ରପାତରୁ ରକ୍ଷା କରିବା ପାଇଁ ପାଣିପାଗ ଉପରେ ନଜର ରଖିବାକୁ ଓ ସେହି ଅନୁଯାୟୀ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।
Published by:Lipina Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।