• ହୋମ୍
  • »
  • ଓଡ଼ିଶା ନ୍ୟୁଜ୍
  • »
  • ଓଡ଼ିଶା
  • »
  • ଭଉଣୀ ସୁଭଦ୍ରାଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମହାପ୍ରଭୁ; ଆଜି ଶ୍ରୀମନ୍ଦିରରେ ପାଳିତ ହୋଇଛି ଗହ୍ମାପୂର୍ଣ୍ଣମୀ ଓ ବଳଭଦ୍ର ଜନ୍ମ

ଭଉଣୀ ସୁଭଦ୍ରାଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମହାପ୍ରଭୁ; ଆଜି ଶ୍ରୀମନ୍ଦିରରେ ପାଳିତ ହୋଇଛି ଗହ୍ମାପୂର୍ଣ୍ଣମୀ ଓ ବଳଭଦ୍ର ଜନ୍ମ

ଶ୍ରୀ ଜଗନ୍ନାଥଙ୍କ ମନ୍ଦିରରେ ଆଜି ଗହ୍ମାପୂର୍ଣ୍ଣମୀ ଓ ବଳଭଦ୍ର ଜନ୍ମ ପାଳିତ ହେଉଛି । ଆଜି ଏଥିପାଇଁ ଶ୍ରୀମନ୍ଦିରରେ ସ୍ଵତନ୍ତ୍ର ନିତିକାନ୍ତି ଅନୁଷ୍ଠିତ ହୋଇଛି । ଭାଇ ଭଉଣୀର ପବିତ୍ର ସମ୍ପର୍କର ନିଦର୍ଶନ ସ୍ଵରୁପ ପାଟରା ବିଶୋୟୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳ ପିନ୍ଧିଛନ୍ତି ପ୍ରଭୁ ଜଗନ୍ନାଥ ଓ ବଳଭଦ୍ର ।

ଭଉଣୀ ସୁଭଦ୍ରାଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମହାପ୍ରଭୁ; ଆଜି ଶ୍ରୀମନ୍ଦିରରେ ପାଳିତ ହୋଇଛି ଗହ୍ମପୂର୍ଣ୍ଣମୀ ଓ ବଳଭଦ୍ର ଜନ୍ମ

ଭଉଣୀ ସୁଭଦ୍ରାଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମହାପ୍ରଭୁ; ଆଜି ଶ୍ରୀମନ୍ଦିରରେ ପାଳିତ ହୋଇଛି ଗହ୍ମପୂର୍ଣ୍ଣମୀ ଓ ବଳଭଦ୍ର ଜନ୍ମ

  • Share this:
News 18 Odia Digital

ପୁରୀ; ଆଜି ଶ୍ରୀମନ୍ଦିରରେ ପାଳନ ହୋଇଛି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ଆଜି ମଧ୍ୟାହ୍ନ ଧୂପ ପରେ ଭଉଣୀ ସୁଭଦ୍ରା ଦୁଇଭାଇ ପ୍ରଭୁ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ପିନ୍ଧାଇଛନ୍ତି । ଚଳିତବର୍ଷ ପୂର୍ଣ୍ଣମୀ ୨ଦିନ ପଡୁଥିବାରୁ ରକ୍ଷାବନ୍ଧନ ମଧ୍ୟ ୨ଦିନ ପାଳନ କରାଯାଉଛି । କେହି କେହି ଗତକାଲି ପାଳନ କରିଥିବା ବେଲେ ଆଉ କେହି ଆଜି ମଧ୍ୟ ପାଳନ କରୁଛନ୍ତି ।



ପାଞ୍ଜି ଅନୁଯାୟୀ ପୁରୀ ଶ୍ରୀ ଜଗନ୍ନାଥଙ୍କ ମନ୍ଦିରରେ ଆଜି ଗହ୍ମାପୂର୍ଣ୍ଣମୀ ଓ ବଳଭଦ୍ର ଜନ୍ମ ପାଳିତ ହେଉଛି । ଆଜି ଏଥିପାଇଁ ଶ୍ରୀମନ୍ଦିରରେ ସ୍ଵତନ୍ତ୍ର ନିତିକାନ୍ତି ଅନୁଷ୍ଠିତ ହୋଇଛି । ଭାଇ ଭଉଣୀର ପବିତ୍ର ସମ୍ପର୍କର ନିଦର୍ଶନ ସ୍ଵରୁପ ପାଟରା ବିଶୋୟୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳ ପିନ୍ଧିଛନ୍ତି ପ୍ରଭୁ ଜଗନ୍ନାଥ ଓ ବଳଭଦ୍ର । ସିଂହାରୀ ସେବକ ମାନେ ଏହି ସ୍ୱତନ୍ତ୍ର ରାକ୍ଷୀ ଓ ଗୁଅମାଳକୁ ମହାପ୍ରଭୁଙ୍କୁ ଲାଗି କରାଇଛନ୍ତି । ସେହିପରି ଆଜି ପ୍ରଭୁ ସୁଦର୍ଶନ ଚାରି ଆଶ୍ରମକୁ ବିଜେ କରିବାକୁ ଥିବା ବେଳେ ମାର୍କଣ୍ଡ ପୁଷ୍କରିଣୀ ଠାରେ ବଳଭଦ୍ରଙ୍କ ଜନ୍ମନୀତି ମଧ୍ୟ ଅନୁଷ୍ଠିତ ହେବ । ଏହି ସ୍ୱତନ୍ତ୍ର ନୀତି ଭୋଗମଣ୍ଡପ ପରେ ଦଇତାପତି ସେବାୟତମାନେ ସୁଦର୍ଶନଙ୍କୁ ଚଉଦଳରେ ବିଜେ କରାଇ ନୀତି ସମାପନ କରିବେ ।

ସେହିପରି ଆଜି ଶ୍ରୀମନ୍ଦିରରେ ମଧ୍ୟ ବଳଭଦ୍ରଙ୍କ ଜନ୍ମନୀତି ଅନୁଷ୍ଠିତ ହେବ । ଦ୍ୱିପହର ଧୂପ ପରେ ମଙ୍ଗଳାର୍ପଣ କରାଯାଇ ସ୍ୱତନ୍ତ୍ର ନିତୀ ଅନୁଷ୍ଠିତ ହେବା ସହ ଚକ୍ରରାଜ ସୁଦର୍ଶନ ବିମାନରେ ମାର୍କଣ୍ଡ ପୁଷ୍କରଣୀକୁ ବିଜେ କରିବେ । ସେଠାରେ ମାଟିର ବଳଭଦ୍ର ପ୍ରତିମା ନିର୍ମାଣ କରାଯିବ । ପୂଜାପଣ୍ଡା ସେବକ ଜୀବନ୍ୟାସ ଦେବାପରେ ଜାତକର୍ମ ଅନୁଷ୍ଠିତ ହେବ । ପରେ ପଞ୍ଚୋପଚାର, ଶୀତଳ ମଣୋହୀ ଓ ବନ୍ଦାପନା କରାଯାଇ ବଳଭଦ୍ରଙ୍କ ମାଟି ପ୍ରତିମାକୁ ମାର୍କଣ୍ଡ ପୁଷ୍କରଣୀରେ ବିସର୍ଜନ କରାଯିବ । ଏହାପରେ ବିମାନବଡୁ ସେବକ ମାନେ ସୁଦର୍ଶନଙ୍କୁ ବିମାନରେ ବସାଇ ଚାରି ଆଶ୍ରମ ଭ୍ରମଣ କରାଇବା ପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ ।
Published by:Soubhagya Mishra
First published: