News18 Odia Digital
ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ପର୍ବ ‘ଛେରାପହଁରା’ ନୀତି ଅନୁଷ୍ଠିତ ହେଉଛି। ଗଜପତି ମହରାଜ ଦିବ୍ୟସିଂହ ଦେବ ଶ୍ରୀନଅରରୁ ତାମଯାନରେ ଆସି ରଥ ଉପରେ ପହଞ୍ଚିବା ପରେ ରାଜାବେଶରେ ରଥ ଉପରେ ଛେରାପହଁରା ନୀତି ଆରମ୍ଭ କରିଛନ୍ତି।
ସେ ପ୍ରଥମେ ତାଳଧ୍ବଜ ରଥରେ ଛେରାପହଁରା ସଂପନ୍ନ କରିଛନ୍ତି। ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ପ୍ରଥମେ ସୁବାସିତ ଜଳ ସିଞ୍ଚନ କରି ରଥକୁ ସୁନା ଝାଡୁରେ ପରିଷ୍କାର କରିଛନ୍ତି। ସୁଭଦ୍ରାଙ୍କ ଦର୍ପଦଳନ ରଥରେ ଓ ଶେଷରେ ନନ୍ଦିଘୋଷ ରଥରେ ଛେରାପହଁରା ନୀତି ସମାପନ ହେବା ପରେ ରଥଟଣା ଆରମ୍ଭ ହେବ।
ସୂଚନାଯୋଗ୍ୟ, ଆଜି ନିର୍ଦ୍ଧାରିତ କାର୍ଯ୍ୟସୂଚୀର ୩ ଘଣ୍ଟା ପୂର୍ବରୁ ଶ୍ରୀଜିଉଙ୍କ ଘୋଷଯାତ୍ରା ନୀତିକାନ୍ତି ଆରମ୍ଭ ହୋଇଛି। ଶ୍ରୀମନ୍ଦିରରୁ ଧାଡି ପହଣ୍ଡିରେ ଆଜି ଚତୁର୍ଦ୍ଧାମୂର୍ତ୍ତି ରଥରେ ବିଜେ ହୋଇଥିଲେ। ଏହାପରେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ଶ୍ରୀଜିଉମାନଙ୍କୁ ରଥଉପରକୁ ଆସି ଦର୍ଶନ କରିଥିଲେ। ପରେ ଗଜପତି ମହାରାଜଙ୍କ ଦ୍ୱାରା ଛେରାପହଁରା ନୀତି ଲାଗି ପ୍ରସ୍ତୁତି ଆରମ୍ଭ ହୋଇଥିଲା।
Published by:Soumya Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।