Gold Price: ଆକାଶ ଛୁଆଁ ସୁନା ଦର; ଜାଣନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୧୮୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୭୫୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୮୨୦ ଟଙ୍କା ବୃଦ୍ଧି ପାଇଛି।

ଜାଣନ୍ତୁ ଆଜିର ସୁନା ମୂଲ୍ୟ

ଜାଣନ୍ତୁ ଆଜିର ସୁନା ମୂଲ୍ୟ

  • News18 Odia
  • Last Updated :
  • Cuttack, India
  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୮୯୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୪୫୦ ଟଙ୍କା ଅଛି।

ଆଜି ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ହାରରେ ପରିବର୍ତ୍ତନ ପରିଲକ୍ଷିତ ହୋଇଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୪,୦୦୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୫୦୦ ଟଙ୍କା ରହିଛି।

ସେହିପରି ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୩,୩୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୯୦୦ ଟଙ୍କା ରହିଛି।

କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୩,୧୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୭୫୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୧୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୭୫୦ ଟଙ୍କା ଅଛି।

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୧୮୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୭୫୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୮୨୦ ଟଙ୍କା ବୃଦ୍ଧି ପାଇଛି।

ଏକ ମିସ୍ କଲ ଦେଇ ସର୍ବଶେଷ ସୁନା ମୂଲ୍ୟ ଜାଣନ୍ତୁ

୨୨ ଏବଂ ୧୮ କ୍ୟାରେଟ ସୁନା ଅଳଙ୍କାରର ଖୁଚୁରା ହାର ଜାଣିବା ପାଇଁ ଆପଣ ୮୯୫୫୬୬୪୪୩୩ରେ ଏକ ମିସ୍ କଲ ଦେଇପାରିବେ। ଅଳ୍ପ ସମୟ ମଧ୍ୟରେ SMS ମାଧ୍ୟମରେ ଦର ବିଷୟରେ ଜାଣିପାରିବେ। ଏହା ସହିତ, ଆପଣ ବାରମ୍ବାର ଅଦ୍ୟତନ ବିଷୟରେ ସୂଚନା ପାଇଁ www.ibja.co କିମ୍ବା ibjarates.com ପରିଦର୍ଶନ କରିପାରିବେ।

ଏହିପରି ସୁନାର ଶୁଦ୍ଧତା ଜାଣନ୍ତୁ

ଯଦି ଆପଣ ବର୍ତ୍ତମାନ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଏଥିପାଇଁ ସରକାର ଏକ ଆପ୍ ପ୍ରସ୍ତୁତ କରିଛନ୍ତି। ବିଏସ୍ କେୟାର ଆପ୍ ସହିତ ଗ୍ରାହକମାନେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ, ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ ନାହିଁ, ବରଂ ଏହା ସହିତ ଜଡିତ ଯେକୌଣସି ଅଭିଯୋଗ ମଧ୍ୟ କରିପାରିବେ।
Published by:Lipina Das
First published: